Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

କୁଲଗାମ୍‌ରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର : ୩ ଆତଙ୍କବାଦୀ ସଫା, ସର୍ଚ୍ଚ ଅପରେସନ ଜାରି

4/04/2020 at 9:31 AM

କୁଲଗାମ୍ ୪।୪: ଦକ୍ଷିଣ କାଶ୍ମୀରର କୁଲଗାମ୍ ଜିଲ୍ଲାରେ ଶନିବାର ସକାଳେ ସୁରକ୍ଷା ବାହିନୀ ଏନକାଉଣ୍ଟରରେ ତିନି ଆତଙ୍କବାଦୀ ସଫା ହୋଇଛନ୍ତି । ମୃତ୍ୟୁବରଣ କରିଥିବା ତିନି ଆତଙ୍କବାଦୀଙ୍କ ପରିଚୟ ମିଳିପାରି ନାହିଁ । ହାର୍ଦ୍ଦୁଙ୍ଗୁରୀର ଖୁର ବାଟପୋରା ଅଞ୍ଚଳରେ ୪ ଜଣ ଆତଙ୍କବାଦୀ ଲୁଚି ରହିଥିବା ପୋଲିସକୁ ଖବର ମିଳିଥିଲା । ଏହା ପରେ ପୋଲିସ ୩୪ ରାଷ୍ଟ୍ରୀୟ ରାଇଫଲ୍ସ (ଆରଆର) ସହିତ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ କରିଥିଲା । ସର୍ଚ୍ଚ ଅପରେସନ ବେଳେ ସୁରକ୍ଷା କର୍ମୀ ଏବଂ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏପର୍ଯ୍ୟନ୍ତ ତିନି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି ।

ଜଣେ ବରିଷ୍ଠ ପୋଲିସ ଅଧିକାରୀଙ୍କ କହିବା ଅନୁସାରେ, ଏଠାରେ ୪ ଜଣ ଆତଙ୍କବାଦୀ ଲୁଚି ରହିଥିଲେ । ଏହାପରେ ସୁରକ୍ଷା କର୍ମୀ ଏଠାକୁ ଆସି ଚାରିପାଖରୁ ଘେରି ରହିଥିଲେ । ବର୍ତ୍ତମାନ ଅନ୍ୟ ଜଣେ ଆତଙ୍କବାଦୀ ଲୁଚି ରହିଥିବା ନେଇ ସନ୍ଦେହ କରାଯାଉଛି ।

ସୂଚନା ଅନୁଯାୟୀ, ବୁଧବାର ବିଳମ୍ବିତ ରାତିରେ କୁଲଗାମରେ ଦୁଇଜଣ ସାଧାରଣ ନାଗରିକଙ୍କୁ ଗୁଳି କରି ହତ୍ୟା କରିଥିଲେ ଏହି ଆତଙ୍କବାଦୀ । ଏହାପରେ ଉକ୍ତ ଅଞ୍ଚଳର ସୁରକ୍ଷା ବାହିନୀ ଦ୍ବାରା ସର୍ଚ୍ଚ ଅପରେସନ କରାଯାଇଥିଲା ।

ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ ଆତଙ୍କବାଦୀମାନେ ନନ୍ଦିମର୍ଗର ସିରାଜ ଅହମ୍ମଦ ଗୋର୍ସ ଏବଂ ଗୁଲାମ ହାସନ ୱାଗେଙ୍କୁ ଗୁଳି କରି ହତ୍ୟା କରିଛନ୍ତି । ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା ।

   Related Posts