ମର୍ମନ୍ତୁଦ ଦୁର୍ଘଟଣା : ଅଟୋ ଏବଂ ମିନିଟ୍ରକ୍ ମଧ୍ୟରେ ଧକ୍କା, ୩ ମୃତ
7/03/2020 at 12:39 PM

ମାଲକାନଗିରି ୭।୩: ମାଲକାନଗିରି ଜିଲ୍ଲା ଚିଡିପାଲିଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ମାଲକାନଗିରି ଜିଲ୍ଲାର ଚିଡିପାଲିଠାରେ ଏକ ଅଟୋ ଏବଂ ୪୦୭ ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ଫଳରେ ଅଟୋରେ ଥିବା ତିନି ଯାତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ଜଣେ ବ୍ୟକ୍ତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଅନ୍ୟ ୨ ଜଣ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବା ବେଳେ ମୃତକଙ୍କ ସମ୍ପର୍କୀୟଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।
Related Posts
ଝାରସୁଗୁଡା: ଜିଲ୍ଲା ସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ
24 January 2021