ମର୍ମନ୍ତୁଦ ଦର୍ଘଟଣା : ପୋଲ ତଳକୁ ଖସିଲା କାର୍,୩ ମୃତ

Published By : Prameya-News7 Bureau | May 15, 2021 IST

ବାଲେଶ୍ୱର ୧୫।୦୫: ବାଲେଶ୍ୱର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ବିର୍ଲା ଟାୟାର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଲା କାର୍‌ । ଘଟଣାସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ବାରିପଦାରୁ ଭୁବନେଶ୍ୱର ଅଭିମୁଖେ ଏକ କାର୍‌ ଯାଉଥିଲା । ରାସ୍ତାରେ ଯାଉଥିବା ସମୟରେ ହଠାତ୍‌ ଗାଡ଼ିଟି ବାଲେଶ୍ୱର ୧୬ନଂ ଜାତୀୟ ରାଜପଥ ବିର୍ଲା ଟାୟାର ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲା । କାର୍‌ଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଥିଲା । ଯାହାଫଳରେ କି ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଆଉ ୨ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ସମସ୍ତ ମୃତାହତ ମୟୁରଭଞ୍ଜ ଜିଲ୍ଲାର ବୋଲି ସୂଚନା ରହିଛି ।  ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.