Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ମର୍ମନ୍ତୁଦ ଦୁର୍ଘଟଣା : ଅଟୋକୁ ଧକ୍କା ଦେଲା ହାଇଓ୍ବା ; ଚାଲିଗଲା ମା’, ପୁଅ ଓ ଝିଅଙ୍କ ଜୀବନ

21/01/2021 at 10:28 AM

ବୌଦ୍ଧ ୨୧।୧: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ଅଟୋକୁ ଧକ୍କା ଦେଲା ହାଇଓ୍ବା । ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଜଣଙ୍କର ମୃତ୍ୟୁ ହୋଇଛି । ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ ଫଗୁନମାଲ ଛକ ନିକଟରେ ଘଟିଛି ଦୁର୍ଘଟଣା । ଘଟଣାସ୍ଥଳରେ ମା’, ପୁଅ ଓ ଝିଅଙ୍କର ମୃତ୍ୟୁ ହୋଇଥିବା ବେଳେ ଅଟୋ ଚାଳକ ଗୁରୁତର ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ଗୁରୁବାର ସକାଳ ପ୍ରାୟ ୯ଟା ବେଳେ ମନମୁଣ୍ଡା–କଣ୍ଟାମାଳ ରାସ୍ତାର ଫଗୁନମାଲ୍ ଛକ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେଇଛି ହାଇୱା । ଅଟୋରେ ବସିଥିବା ୩ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅଟୋ ଡ୍ରାଇଭର ଗୁରୁତର ଆହତ ହୋଇଥିବା ଜଣାପଡିଛି ।

ଫଗୁନାମାଲ୍ ଗାଁର ଅଟୋ ଚାଳକ ନିଜ ସମ୍ପର୍କୀୟଙ୍କୁ ନେଇ ମନମୁଣ୍ଡାରୁ କଣ୍ଟାମାଳ ଆସୁଥିବା ବେଳେ ବୀପରିତ ଦିଗରୁ ଆସୁଥିବା ଗୋଟିଏ ହାଇୱା ମୁହାଁମୁହିଁ ଧକ୍କା ଦେଇଥିଲା । ଫଳରେ ଅଟୋରେ ଥିବା ପୁଅ, ଝିଅଙ୍କ ସହ ମା’ର ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି । ଗୁରୁତର ଅବସ୍ଥାରେ ଅଟୋ ଚାଳକଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ମନମୁଣ୍ଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣା ପରେ ଘଟଣାସ୍ଥଳରୁ ହାଇଓ୍ବା ଡ୍ରାଇଭର ଫେରାର ହୋଇଯାଇଛି ।

   Related Posts