Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ଚକା ଫାଟିଯିବାରୁ ଓଲଟିଲା ବସ୍, ୩ ମୃତ

10/10/2020 at 11:44 AM

ଆଲିଗଡ଼ ୧୦।୧୦: ଛକ ଫାଟିବାରୁ ରାସ୍ତାରେ ଓଲଟିଲା ଯାତ୍ରୀବାହୀ ବସ୍‌ । ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ନିକଟସ୍ଥ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି । ସେପଟେ ଦୁର୍ଘଟଣା ଖବର ପାଇଁ ମୁଖ୍ୟମନ୍ତ୍ରୀ ଶୋକ ଜାହିର କରିଛନ୍ତି । ଅଧିକାରୀମାନଙ୍କୁ ଘଟଣାସ୍ଥଳ ଯାଇ ଯଥାସମ୍ଭବ ସାହାଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଖବର ଅନୁଯାୟୀ, ଏକ ବସ୍ କିଛି ଯାତ୍ରୀଙ୍କୁ ନେଇ ଦିଲ୍ଲୀ ଅଭିମୁଖେ ଯାଉଥିଲା । କିନ୍ତୁ ଉତ୍ତରପ୍ରଦେଶର ଆଲୀଗଡ଼ର ଯମୁନା ଏକ୍ସପ୍ରେସ୍‌ ନିକଟରେ ବସ୍‌ର ଚକା ଫାଟିଯାଇଥିଲା । ଯାହାଫଳରେ କି ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟିପଡିଥିଲା । ବସ୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ଜଣ ଆହତ ହୋଇଛନ୍ତି । ଦୁର୍ଘଟଣାର ଖବର ପାଇଁ ସ୍ଥାନୀୟ ପ୍ରଶାସନ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

ସେପଟେ ଆହତମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି । ଦୁର୍ଘଟଣାର ଖବର ପାଇ ମୁଖ୍ୟମନ୍ତ୍ରୀ ଶୋକ ଜାହିର କରିଛନ୍ତି । ସ୍ଥାନୀୟ ଅଧିକାରୀମାନଙ୍କୁ ଘଟଣାସ୍ଥଳକୁ ଯାଇ ଯଥାସମ୍ଭବ ସହଯୋଗ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିମାନଙ୍କ ମୃତଦେହକୁ ଶବ ବ୍ୟବେଚ୍ଛେଦ ପାଇଁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts