ରାଜ୍ୟରେ ଆଜି ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୧୨୨ରେ ପହଞ୍ଚିଲା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା

Published By : Prameya-News7 Bureau | April 29, 2020 IST

ଭୁବନେଶ୍ବର ୨୯।୦୪: ରାଜ୍ୟରେ ଥମିବାର ନାଁ ନେଉନି କରୋନା । ଆଜି ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୨ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ ରେ ସୂଚନା ପ୍ରଦାନ କରାଯାଇଛି । ସଂପୃକ୍ତ ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

{"id":261910,"sizeSlug":"large"}

ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ୱେବସାଇଟ୍‌ ଅନୁଯାୟୀ, ଏବେ ଚିହ୍ନଟ ହୋଇଥିବା ସମସ୍ତ କରୋନା ସଂକ୍ରମିତ ନୂତନ ଜିଲ୍ଲାରୁ । ସମସ୍ତ ଆକ୍ରାନ୍ତ ଯଥାକ୍ରମେ କେନ୍ଦୁଝର, ଝାରସୁଗୁଡା, ଦେଓଗଡ ଚିହ୍ନଟ୍ ହୋଇଥିବା ଜଣାପଡିଛି । ସେହିପରି ଆଜି ରାଜ୍ୟରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଯିଏ ଖୋର୍ଦ୍ଧା ଜିଲ୍ଲାର ବୋଲି ଜଣାପଡିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଭୁବନେଶ୍ୱର ମଧୂସୂଧନ ନଗରର ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଥିଲେ । ତେବେ ରାଜ୍ୟରେ ପୁଣି ଆଜି ଚିହ୍ନଟ ହୋଇଥିବା ୩ସଂକ୍ରମିତଙ୍କୁ ମିଶାଇ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମସ୍ତ ସଂକ୍ରମିତଙ୍କ ମଧ୍ୟରୁ ବର୍ତ୍ତମାନ ୮୩ଟି ଆକ୍ଟିଭ କେସ୍‌ ରହିଥିବା ବେଳେ ୩୮ଜଣ ସୁସ୍ଥ ହୋଇ ସାରିଛନ୍ତି । ଏବଂ ଜଣେ ବ୍ୟକ୍ତିଙ୍କର କରୋନା ଭାଇରସରେ ମୃତ୍ୟୁ ହୋଇଛି ।

{"id":261919,"sizeSlug":"large"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.