Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଡକାୟତି ଅଭିଯୋଗରେ ୩ ଇଞ୍ଜିନିୟରିଂ ଛାତ୍ର ଗିରଫ, ୪୦୦ ଗ୍ରାମ୍ ସୁନା ଜବତ

18/11/2020 at 1:01 PM

ସୋର ୧୮।୧୧ : ଡକାୟତି ଅଭିଯୋଗରେ ୩ଜଣ ଇଞ୍ଜିନିୟରିଂ ଛାତ୍ରଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିକଟରୁ ୪୦୦ଗ୍ରାମ୍ ସୁନା ସହ ଗୋଟିଏ କଟ୍ରି ମଧ୍ୟ ଜବତ ହୋଇଛି । ସେମାନଙ୍କୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

ଖବର ଅନୁଯାୟୀ, ଗତ ୫ତାରିଖରେ ଜାତୀୟ ରାଜପଥ-୧୪ର ବିଦୁଠାରେ ଏକ ଲୁଟ୍‌ ମାମଲା ହୋଇଥିଲା । ଯେଉଁଥିରେ ଜଣେ ଗହଣା ବ୍ୟବସାୟୀଙ୍କୁ ମାରଣାସ୍ତ୍ର ଦେଖାଇ ୬୦୦ଗ୍ରାମ ସୁନା ଲୁଟି ନେଇଥିଲେ ଲୁଟେରା । ସେବେଠାରୁ ପୋଲିସ ସେମାନଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ଟିମ୍‌ ଗଠନ କରିଥିଲା , ଏବଂ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଥିଲା । ଏପରିକି ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ୬ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ରେଡ୍‌ କରିଥିଲା ପୋଲିସ । ଶେଷରେ ୩ଜଣଙ୍କୁ ଗିରଫ କରିବାରେ ସକ୍ଷମ କରିଛି ପୋଲିସ ।

ଗିରଫ ଅଭିଯୁକ୍ତମାନେ ଇଞ୍ଜିନିୟରିଂ ଛାତ୍ର ବୋଲି ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି  । ଗିରଫ ପରେ ସେମାନଙ୍କ ନିଟକରୁ ୪୦୦ଗ୍ରାମ ସୁନା ସହ ଏକ ମାରଣାସ୍ତ୍ର ଜବତ କରିଛି । ତେବେ ଏହି ଲୁଟ୍‌ ମାମଲା କିଏ କିଏ ସାମିଲ , ସେନେଇ ତଦନ୍ତ ଜାରି ରଖିଛି ପୋଲିସ । ଅଧିକ ତଦନ୍ତ ପରେ ପ୍ରକୃତ ତଥ୍ୟ ସାମ୍ନାକୁ ଆସିବ ବୋଲି ସୂଚନା ମିଳିଛି । ସେହିପରି ଏହି ଲୁଟ୍‌ କେସ୍‌ରେ ଆଉ କେଉଁମାନେ ସାମିଲ ?  କେବେଠାରୁ ଏହି ଛାତ୍ରମାନେ ଲୁଟ୍‌ ଘଟଣାରେ ସାମିଲ ଥିଲେ ? ଆଉ କେତେଜଣଙ୍କ ଠାରୁ ଲୁଟ୍ କରିଛନ୍ତି ? ଏପରି ଅନେକ ପ୍ରଶ୍ନର ଉତ୍ତର ଖୋଜୁଛି ପୋଲିସ ।

   Related Posts