ଆଜିଠାରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା
7/04/2019 at 4:17 PM

ଭୁବନେଶ୍ୱର ୭/୪ : ଆଜିଠାରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀର ପ୍ରଭାବ ରହିବ | ବିଶେଷକରି ଉତ୍ତର ଓଡିଶା, ଉପକୂଳ ଓଡିଶା ଓ ଦକ୍ଷିଣ ଓଡିଶାରେ ଏହାର ପ୍ରଭାବ ଦେଖିବାକୁ ମିଳିବ | କାଳବୈଶାଖୀ ପ୍ରଭାବରେ ଘୁର୍ଣ୍ଣିଝଡ ହେବାରେ ସମ୍ଭାବନା ରହିଛି | ଫଳରେ ଆଜିଠାରୁ ୯ ତାରିଖ ପର୍ଯ୍ୟନ୍ତ ୩ ଦିନ ପାଇଁ ସତର୍କ ସୂଚନା ଜାରି କରିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ | ଆଜି ସନ୍ଧ୍ୟା ସୁଦ୍ଧା କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, କେନ୍ଦ୍ରାପଡା, ପୁରୀ, କଟକ ଆଦି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି |
