Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ବର୍ଷା ସମ୍ଭାବନା ! ୯ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗର ସତର୍କ ସୂଚନା

30/07/2018 at 6:26 AM

ଆଜି ସକାଳୁ ପାଗ କୋହଳ ରହିଛି | କିଛି ସ୍ଥାନରେ ଝିପିଝିପି ବର୍ଷା ମଧ୍ୟ ହେଉଛି | ୯ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି | ସେହି ୯ ଜିଲ୍ଲା ହେଲା ଝାରସୁଗୁଡା, ସମ୍ବଲପୁର, ବରଗଡ, ବୌଦ୍ଧ, ବଲାଙ୍ଗିର, ସୋନପୁର, ନୂଆପଡା, ନବରଙ୍ଗପୁର ଏବଂ କଳାହାଣ୍ଡି | ଏହି ସବୁ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବର୍ଷା ଲାଗି ରହିବ | ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ | ଉତ୍ତର ଉପକୂଳ ଓଡିଶା ଆଖପାଖ ଅଂଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଉତ୍ତର ଓ ପଶ୍ଚିମ ଓଡିଶା ଜିଲ୍ଲାଗୁଡିକରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି | ସକାଳ ୬.୧୫ରୁ ପୂର୍ବାହ୍ନ ୧୦.୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି |

   Related Posts