Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ରାଜ୍ୟର ୯ଟି ଜିଲ୍ଲାରେ କାଳବୈଶାଖୀ, ବଜ୍ରପାତ ନେଇ ସତର୍କ ସୂଚନା ଜାରି

20/04/2019 at 3:23 PM

ଭୁବନେଶ୍ବର ୨୦|୪: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉପକୂଳ, ଦକ୍ଷିଣ ଆଭ୍ୟନ୍ତର ଓଡିଶା ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ୩ଦିନ ପର୍ଯ୍ୟନ୍ତ ସନ୍ଧ୍ୟା ୫ଟା ପରେ ହୋଇପାରେ କାଳବୈଶାଖୀ ।

ଏହି ସମୟରେ ୯ଟି ଜିଲ୍ଲାରେ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । ୯ଟି ଜିଲ୍ଲା କୋରାପୁଟ,  ନବରଙ୍ଗପୁର, କଳାହାଣ୍ଡି,  କନ୍ଧମାଳ, ରାୟଗଡ଼ା,କେନ୍ଦୁଝର, ଯାଜପୁର, ମୟୂରଭଞ୍ଜ, ବାଲେଶ୍ବର । ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ବର୍ଷା ଓ ବଜ୍ରପାତର ଆଶଙ୍କା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟ ମଧ୍ୟରେ ଏହି ସମସ୍ତ ସ୍ଥାନରେ ଘଣ୍ଟାପ୍ରତି ୩୦ର ୪୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତର ଆଶଙ୍କା ରହିଛି ।

ଅନ୍ୟପକ୍ଷରେ ରାଜ୍ୟରେ ଆଜି ବି ଗ୍ରୀଷ୍ମପ୍ରବାହ ଜାରି ରହିଛି। ଗତକାଲି ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରି ସେଲସିୟସ୍‌ ସୁନ୍ଦରଗଡଠାରେ ରେକର୍ଡ କରା ଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୬.୬ ଡିଗ୍ରି ସେଲସିୟସ୍‌ ଅନୁଗୁଳଠାରେ ରେକର୍ଡ କରାଯାଇଥିଲା।

   Related Posts