ଆସନ୍ତା ୨୪ ଘଣ୍ଟାରେ ବଜ୍ରପାତ ଓ ଝଡ ବର୍ଷା, ୨୩ ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ ବିଭାଗ

Published By : Prameya-News7 Bureau | May 05, 2021 IST

ଭୁବନେଶ୍ଵର ୦୫।୦୫: ବଜ୍ରପାତ ଓ ଝଡ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୩ ଜିଲ୍ଲାକୁ ଆସନ୍ତା ୨୪ ଘଣ୍ଟା ପାଇଁ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ସମୟରେ ବଜ୍ରପାତ ସହ ଝଡବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ୩୦ ରୁ ୪୦ କିମି ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲା ମଧ୍ୟରେ ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ରାୟଗଡା ସାମିଲ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.