ଗୁରୁବାର, ୬ ତାରିଖ ରାଶିଫଳ: କେଉଁ ରାଶି ପାଇଁ କିଭଳି ରହିବ କାଲିର ଦିନ

Published By : Prameya-News7 Bureau | May 05, 2021 IST

ମେଷ – ଯାତ୍ରା ଶୁଭ ଦାୟକ ହେବ । କର୍ମ ଚଞ୍ଚଳ ରହିବେ । ଚେଷ୍ଟାରେ ସଫଳ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଘଟିବ । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।


ବୃଷ – ସେବା ମନୋଭାବ ଗ୍ରହଣ କରିପାରନ୍ତି । ଧନବାନ୍‌ ହେବେ । ମହିଳାମାନଙ୍କ ଉନ୍ନତି ପାଇଁ ଧ୍ୟାନ ଦେବେ । ଦାନ-ଧର୍ମକୁ ଜୀବନର ବ୍ରତ ଭାବେ ବିବେଚନା କରିପାରନ୍ତି । ଶୁଭ ରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୨ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।


ମିଥୁନ - କାର୍ଯ୍ୟ ସମ୍ପାଦନ କରିବାରେ ବିଶେଷ ଆଗ୍ରହୀ ଓ ଶାସ୍ତ୍ରାଭ୍ୟାସୀ ହେବେ । ବିନୀତ ସ୍ୱଭାବର ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ଓ ଘାତ ଚନ୍ଦ୍ର ଭୋଗ ହେତୁ ସତର୍କ ରହିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କର୍କଟ – ଯୋଗା ଯୋଗରେ ଶୁଭ ଫଳ ମିଳିବ । କ୍ରୋଧ ସମ୍ବରଣ କଲେ ଲୋକପ୍ରିୟ ହେବେ । ବିନୀତ ସ୍ୱଭାବର ହୋଇପାରନ୍ତି । ମନ୍ତ୍ରଣାଦାତା ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।


ସିଂହ – ଉତ୍ତମ ମିତ୍ରର ସାନ୍ନିଧ୍ୟ ପାଇପାରନ୍ତି । ପୁତ୍ର ଲାଭର ସୂଚନା ମିଳୁଛି । ବାକ୍‌ ପଟୁ ଓ ଧନଯୁକ୍ତ ହେବେ । ଯାନବାହନ ସୁଖ ମିଳିବ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୯ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗହିଣୀ- ସଦିଚ୍ଛା ଭାବ ରହିବ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।

କନ୍ୟା – ଭାବିଚିନ୍ତି କାର୍ଯ୍ୟ ନ କଲେ ଅସୁବିଧାରେ ପଡି ପାରନ୍ତି । ଚିନ୍ତିତ ହେବେ । ମନରେ ଅଶାନ୍ତି ସୃଷ୍ଟି ହେବ । ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରି ଲୋକପ୍ରିୟତା ଅର୍ଜନ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ- ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ତୁଳା – ଯୋଗା-ଯୋଗରେ ତ୍ରୁଟି ରହିଯାଇପାରେ । କଳହ ଠବରୁ ଦୂରେଇ ରହିବାକୁ ପଡିବ । କାର୍ଯ୍ୟରେ ସିଦ୍ଧି ପ୍ରାପ୍ତ ହେବେ । ମାନସିକ ଶାନ୍ତି ମିଳିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖୀ ହେବେ ।

ବିଛା – ଖର୍ଚ୍ଚାନ୍ତ ହୋଇପାରନ୍ତି । ଉଚ୍ଚ ସମ୍ମାନ ଲାଭ କରିବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ପାରିବାରିକ ଶାନ୍ତି ପାଇବେ । ସାଧୁ ସେବାରେ ବ୍ରତୀ ହେବେ । ଶୁଭ ରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୮ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।


ଧନୁ – ବହୁ ଶୁଭ ଫଳର ଅଧିକାରି ହେବେ । ଶାସ୍ତ୍ରପଟୁ ହେବେ । ରାଜ ପୂଜିତ ହେବେ । ସାଧନାରେ ସିଦ୍ଧି ଲାଭ କରିବେ । ଶତ୍ରୁଘାତୀ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍‌ । ଶୁଭ ଅଙ୍କ ୩ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ଧାର୍ମିକ ହେବେ ।

ମକର – ସମସ୍ୟା ବୃଦ୍ଧି ହୋଇପାରେ । ଆନନ୍ଦ ଉତ୍ସବରେ ଦିନଟି ଅତିବାହିତ କରିପାରନ୍ତି । ପ୍ରଭାବ ବିସ୍ତାର କରିବେ । ପରଧନ ଉପରେ ଦୃଷ୍ଟି ପକାଇ ପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

କୁମ୍ଭ - ନିର୍ଭିକ ହେବେ । ସ୍ୱକୃତ କାର୍ଯ୍ୟ ପାଇଁ ଆତ୍ମ ସନ୍ତୋଷ ଲାଭ କରିବେ । ପାରିବାରିକ ସୁଖ ମିଳିବ । ଶତ୍ରୁ ନାଶ କରି ଆସ୍ୱସ୍ତ ହେବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୧ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଗୃହିଣୀ- ସୁଖ ଅନୁଭବ କରିବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ମୀନ - ଆଗକୁ ମାଡି ଚାଲିବାର ସମୟ ଉପସ୍ଥିତ । ଉଚ୍ଚାଭିଳାଷୀ ଓ ସୌଭାଗ୍ୟଯୁକ୍ତ ହେବେ । କର୍ମତତ୍ପରତା ପ୍ରକାଶ ପାଇବ । ଶତ୍ରୁ ବିଜୟୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
• ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
• ଗୃହିଣୀ- ପରକୁ ଆପଣାର କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.