କେମିତି କଟିବ ଗୁରୁବାର ? ଦେଖନ୍ତୁ ଜାନୁଆରୀ ୭’ର ରାଶିଫଳ

Published By : Prameya-News7 Bureau | January 06, 2021 IST

ମେଷ – ଚନ୍ଦ୍ରମଙ୍ଗଳ ଯୋଗ ଆପଣଙ୍କୁ ବନ୍ଧୁମିଳନ ସହ ଅର୍ଥ, ଉଚ୍ଚସମ୍ମାନ ପ୍ରଦାନ କରିବ । ଆଶା କରିଥିବା କାର୍ଯ୍ୟଟିରେ ସଫଳତା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ବିଭିନ୍ନ ପ୍ରକାରର ଝମେଲା ଭିତର ଦେଇ ଯିବାକୁ ପଡୁଥିବାରୁ ସମ୍ପୂର୍ଣ୍ଣଭାବେ ଶାନ୍ତି ଓ ସନ୍ତୋଷ ଆସିବ ନାହିଁ । ନିର୍ଦ୍ଦିଷ୍ଟ ଦିଗରୁ ଅର୍ଥ ଓ ସମ୍ମାନ ପାଇବାରେ କିଛି ଅସୁବିଧା ରହିବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ - ମାନସିକ ଅସ୍ଥିରତା କାରଣରୁ କୋଣସି କାମରେ ମନ ଲାଗିବ ନାହିଁ । ସଦା ବେଳେ ଝଗଡା କରିବାକୁ ଚାହିଁ ବସିଥିବା ଲୋକଟିର ସାମ୍ନା କରିବା ପାଇଁ ଚିନ୍ତିତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କର୍କଟ – କର୍ମକ୍ଷେତ୍ରରେ ସାମୟିକ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ଯେଉଁ କାମଟି ହାତକୁ ନେଇଛନ୍ତି, ତାହା ହୋଇଯିବ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ସିଂହ – ବହୁତ ଦିନର ସମସ୍ୟା ଆଜି ସମାଧାନ ହୋଇଯିବ । ଭଲ କଥା କହିଲେ ମଧ୍ୟ ବନ୍ଧୁ ଭୁଲ୍ ବୁଝିବେ । ଆପଣଙ୍କ ସେବା ଓ ସାହାର୍ଯ୍ୟ ଲାଭ କରି ରୋଗୀ, ପଡୋଶୀ କିମ୍ବା ସହ ଯାତ୍ରୀଟି ଆଜି ବହୁତ ଖୁସି ହୋଇଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସ୍ୱାଭିମାନୀ ହେବେ ।

କନ୍ୟା – କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁଁ ବିଚଳିତ ବୋଧ କରିବେ । ବନ୍ଧୁ ନିଜର ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଠିକ୍ ସମୟରେ ଆସିପାରିବେ । ଆର୍ଥିକ ଦିଗଟି ପୂର୍ବପରି ରହିବାର ବିଶେଷ ଆନନ୍ଦ ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ତୁଳା – ଆପଣଙ୍କ କୌଣସି କଥାରେ ଅଭାବ ରହିବ ନାହିଁ କି କାମ ମଧ୍ୟ ଅଟକିବାର ପ୍ରଶ୍ନ ଉଠୁନି । ପାରିବାରିକ କ୍ଷେତ୍ରରେ କିଛିଟା ବ୍ୟତିକ୍ରମକୁ ସାମନା କରିବାକୁ ପଡିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା – ଆକସ୍ମିକ ଭାବରେ କୌଣସି ମହିଳାଙ୍କ ସାହାର୍ଯ୍ୟ ଓ ସହ-ଯୋଗରୁ ମାନସିକ ଅସ୍ଥିରତା ଦୂରେଇ ଯିବ । ପରିସ୍ଥିତି ଓ ପରିବେଶକୁ ଲକ୍ଷ୍ୟ ରଖି କାମ ନ କଲେ ଅସୁବିଧାରେ ପଡିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ଧନୁ – କର୍ମକ୍ଷେତ୍ରରେ ନୀଚ ମନୋଭାବର ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର – ସକାଳୁ ସକାଳୁ ପାରିବାରିକ ସମସ୍ୟାରେ ମନଟା ଦୋଦୁଲ୍ୟମାନ ଅବସ୍ଥାନରେ ରହିବ । ଅଫିସ୍‌ରେ ବିବାଦ ବଢିବା କାରଣରୁ କୌଣସି ଠିକ୍ ନିଷ୍ପତ୍ତି ନେଇପାରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ - ପରିସ୍ଥିତିକୁ ଲାଘବ ଉଦ୍ଦେଶ୍ୟରେ ଅନ୍ୟମାନଙ୍କ ସକାଶେ ଅଯଥା କଷ୍ଟ ଅନୁଭବ କରିବେ । ସଭାସମିତି ପ୍ରିୟ କଥା କହି ସମସ୍ୟାକୁ ସୁଧାରିନେବେ । ଅପରାହ୍ନରେ ଭଲ ବନ୍ଧୁ ସାଧାରଣ କଥାରେ ବିଗିଡି ଯାଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମୀନ - କର୍ମକ୍ଷେତ୍ରରେ ବନ୍ଧୁମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି । ହାତକୁ ନେଇଥିବା କାମଟି ଶେଷ କରିବା ଲାଗି ବହୁ ପ୍ରତିରୋଧର ସାମ୍ନା କରିବାକୁ ପଡିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.