ଗୁରୁବାର ରାଶିଫଳ: ସାମାନ୍ୟ କଥାରେ ସହକର୍ମୀମାନେ କଳହ କରିପାରନ୍ତି

Published By : Prameya-News7 Bureau | November 10, 2021 IST

ମେଷ– ଆଜିଶନି ଓ ଚନ୍ଦ୍ରଙ୍କ ଷଡାଷ୍ଟକ ସ୍ଥିତି ଯୋଗୁ ମନ ମୁତାବକ କାମ କରିବାରେ ବିଫଳ ହେବେ । ଅବଶ୍ୟ ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇ ଖୁସି ରହିବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭଅଙ୍କ ୬ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ଧାର୍ମିକ ହେବେ ।

ବୃଷ– ଧନସ୍ଥ ରାହୁ ଓ ଧନାଧିଙ୍କ ଦୁର୍ବଳତା କାରଣରୁ ଅର୍ଥ ସମ୍ପର୍କୀୟ ବିବାଦର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଥଣ୍ଡାକାଷ ହୋଇପାରେ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ମିଥୁନ - ଧନାଧିପ ସପ୍ତମଭାବସ୍ଥ ପ୍ରଭାବରେ ଋଣ ପରିଶୋଧ କରିବା ସକାଶେ କିମ୍ବା ବିଭିନ୍ନ ପ୍ରକାରର ଧନ୍ଦା କରିବା ସକାଶେ ମନ ବଳାଇ ପାରନ୍ତି । କର୍ମକ୍ଷେତ୍ର, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୭ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-କାର୍ଯ୍ୟରେବ୍ୟସ୍ତରହିବେ ।

କର୍କଟ–ଚନ୍ଦ୍ର ପାପଗ୍ରହଙ୍କ ପ୍ରଭାବରୁ ମୁକ୍ତ ଯୋଗୁ ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବକିନ୍ତୁ ଅଶ୍ଳେଷା ନକ୍ଷତ୍ର ଯୋଗୁ କର୍ମବ୍ୟସ୍ତତା ବୃଦ୍ଧି ପାଇପାରେ । ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
• ଗୃହିଣୀ-ଘର କାମରେବ୍ୟସ୍ତରହିବେ ।
• ବ୍ୟବସାୟୀ-ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ସିଂହ –ସୁଯୋଗ ଅଭାବରୁ ଯେତେ ପ୍ରକାରସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖା ଦେଇପାରେ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା– ଧନସ୍ଥାନକୁ ଧନାଧିପତି ଦେଖୁଥିବାରୁ ହଠାତ୍‌ ଆଜିବହୁତ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଘରେ ଆସିଟଙ୍କା ଦେଇଯିବ । ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ସୂଚନା ରହିଛି । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୭ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ତୁଳା–ଅନୁକୂଳଗ୍ରହ ସ୍ଥିତି ପ୍ରଭାବରେ ଆପଣଙ୍କର ସମସ୍ତ ଆଶା ଓ କାମନା ପୂର୍ଣ୍ଣତାଲାଭ କରିବ । ଆଇନର ସହାୟତା ନେଇ ମାଲିମୋକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ୨ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତିକରନ୍ତୁ ।
• ଛାତ୍ରଛାତ୍ରୀ-ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-କର୍ମକ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା– ଅଷ୍ଟମାଧିପତି ନବମ ଭାବରେ ରହି ଆପଣଙ୍କ ଉଦ୍ୟମ ଓ ଚିନ୍ତାଧାରାକୁ ବିକ୍ଷିପ୍ତ କରିପାରନ୍ତି । ଆଜି ଘର କାମସାଙ୍ଗକୁ ଅଫିସ୍‌ କାମର ଚାପ ବଢିଯିବା କାରଣରୁ ବ୍ୟସ୍ତତା ବଢି ଯାଇପାରେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ-କାର୍ଯ୍ୟରେବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆଡିଲ୍‌ ମିଳିବ ।
• କର୍ମଜୀବି-ଉନ୍ନତିରମାର୍ଗ ମିଳିବ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ –ରାହୁ ଓ ରାଶିରେ ପାପଗ୍ରହ ପ୍ରଭାବରେ ବିଭିନ୍ନ ପ୍ରକାରର ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁବାଧ୍ୟ ହେବେ । ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜ ସ୍ଥାନରେ ବେଶ୍‌ ଖୁସୀ ରହିବେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୫ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର–ଶନି ଓ ଚନ୍ଦ୍ରଙ୍କ ସ୍ଥିତିକାରଣରୁ ଆପଣ ଭାବୁଥିବା ଗୋଟିଏ କଥା କହିଲା ବେଳକୁ ତାହା ଓଲଟା ହୋଇ ଯାଇପାରେ । ଫଳରେ ବନ୍ଧୁଙ୍କ ସହ ବିତର୍କ ଜନିତ ଅଶାନ୍ତିକର ପରିସ୍ଥିତିସୃଷ୍ଟି ହୋଇପାରେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି-କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ -ଷଷ୍ଠାଧିପ ସପ୍ତମ ଭାବସ୍ଥ ଯୋଗୁ ଯେଉଁ କାମରେ ହାତ ଦିଅନ୍ତୁ ନା କାହିଁକି ସବୁ କାମଗୁଡିକ ଘାତ ପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବାର । ପରିବାରରେ କାହାର ସ୍ୱାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିପାରେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୪ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ-ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ମୀନ - ଚତୁର୍ଥ ଭାଗରେ ରାହୁ ଥିବାରୁ ଷରୋଇ କ୍ଷେତ୍ରରେ ଆତ୍ମୀୟମାନେ କେତେକ କାରଣରୁ କେନ୍ଦ୍ରକରି ବିଶ୍ୱାସଘାତକତା କରିପାରନ୍ତି । ଶୁକ୍ରଙ୍କ ଧନ ଭାବସଂସ୍ଥାନରୁ ଅର୍ଥ ଲାଭ ସହ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୩ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.