Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଗୁରୁବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

16/09/2020 at 5:24 PM

ମେଷ – ଦୀର୍ଘଦିନରୁ ଅଟକି ରହିଥିବା କାମଗୁଡିକ ଯୋଗୁ ମାନସିକ ଶାନ୍ତି କେତେକାଂଶରେ ବ୍ୟାହତ ହେବ । କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି,ସଭାସମିତି ଓ କଳା, କ୍ରୀଡା ପାଇଁ ପ୍ରତିକୂଳ ପରିସ୍ଥିିତି ବଢିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବୃଷ – କେତେକ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ମାନସିକ ଅଶାନ୍ତି ଦେଖା ଦେବାର ସମ୍ଭାବନା ରହିଛି । ଅର୍ଥ କିମ୍ବା ଆବଶ୍ୟକତା ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ – ଆଜି ସ୍ୱାସ୍ଥ୍ୟରେ ଉନ୍ନତି, ଜମିଜମା ବିବାଦର ସମାଧାନ, ବାଣିଜ୍ୟବ୍ୟବସାୟ, ପରିବହନରେ ଉନ୍ନତି କରିବେ । ସାମ୍ବାଦିକତା କ୍ଷେତ୍ରରେ ସାମାନ୍ୟ ପ୍ରତିବନ୍ଧକର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ – କର୍ମାରମ୍ଭର ପ୍ରାଥମିକ ସ୍ତରରେ ସାମାନ୍ୟ ପ୍ରତିବନ୍ଧକ ଦେଖା ଦେବ । ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ, ବନ୍ଧୁଙ୍କ ନିମନ୍ତ୍ରଣ, ଦୂରଯାତ୍ରା ଓ ବନ୍ଧୁମିଳନ ଜନିତ ମନ ଏକପ୍ରକାର ଖୁସୀ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ – ପୂର୍ବାପେକ୍ଷା ପରିସ୍ଥିତି କେତେକାଂଶରେ ଭଲ ହେଲେ ମଧ୍ୟ ପ୍ରତ୍ୟେକ କାମରେ ଅନ୍ତଦ୍ୱର୍ନ୍ଦ୍ୱ ଲାଗି ରହିବ । ସଦାବେଳେ ହାତ ଖାଲି ରହିବାରୁ ମନରେ ସରସତା ରହିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ପରିବାରରେ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇ ପାରେ । ଚିତ୍ରା ନକ୍ଷତ୍ରର ଋଣ ସୂତ୍ରରେ ଅର୍ଥ ଲାଭ ପାଇଁ ପ୍ରଯତ୍ନ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା – ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ । ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭ ପ୍ରଦ ହେବ ଓ ବନ୍ଧୁ ମିଳନ ଘଟିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – ନିଜର ପ୍ରାଧାନ୍ୟ ରକ୍ଷା କରିବାକୁ ଯାଇ ବନ୍ଧୁମାନଙ୍କ ସହ ମତାନ୍ତରର ସମ୍ଭାବନା ରହିଛି । ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ହେବେ ଓ ପ୍ରତିଯୋଗିତାରେ ସଫଳତା ଯୋଗୁଁ ମନ ଖୁସି ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ଦିନ ମଧ୍ୟରେ ଅର୍ଥ ଲାଭ, ସମ୍ମାନ ପ୍ରାପ୍ତି, କାର୍ଯ୍ୟ ସିଦ୍ଧି ହେତୁ ମନ ମଧ୍ୟ ପ୍ରଫୁଲ୍ଲ ରହିବ । ଯେ କୌଣସି କାମ ଆରମ୍ଭ ପୂର୍ବରୁ ସରଳ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର – ପୂର୍ବାହ୍ନରେ କୌଣସି ପ୍ରିୟଜନଙ୍କ ସମ୍ପର୍କରେ ଚିନ୍ତା କରିବାକୁ ପଡିପାରେ । ନିଜସ୍ୱ ଅବହେଳା ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ – ନୂତନ ଗୃହ, ଯାନ ବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ । ଦୂରଯାତ୍ରା ଆରମ୍ଭ ପୂର୍ବରୁ ହଠାତ୍ ସ୍ଥଗିତ ହୋଇଯାଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

ମୀନ – ଆଜି ଯେଉଁ କାମରେ ହାତଦେବେ ।, ସେଥିରେ ନିଶ୍ଚିତ ସଫଳତା ହାସଲ କରିବେ । ସାଧାରଣ କଥାକୁ କେନ୍ଦ୍ର କରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

   Related Posts