ଗୁରୁବାର ରାଶିଫଳ: ବ୍ୟବସାୟରେ ଅଗ୍ରଗତି ଏବଂ ରାଜନୀତି କ୍ଷେତ୍ରରେ ଉନ୍ନତି

Published By : Prameya-News7 Bureau | September 29, 2021 IST

ମେଷ– ପୁରୁଣା ଚିନ୍ତା ଭୁଲି ଆଗକୁ ବଢିବା ପାଇଁ ଭାବନ୍ତୁ । କାହାରିକୁ କୌଣସି କଥା ବୁଝାଇବାରେ ତ୍ରୁଟି ହୋଇପାରେ । କାରବାର ସମ୍ବନ୍ଧୀୟ ଯାତ୍ରାକରିବାକୁ ପଡିପାରେ । ଶୁଭ ରଙ୍ଗ ଆକାଶୀ । ଶୁଭ ଅଙ୍କ ୭ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ– ବ୍ୟବସାୟରେ ଅଗ୍ରଗତି ଏବଂ ନୂତନ ଯୋଜନା କାର୍ଯ୍ୟ କାରୀ କରିବେ । ରାଜନୀତି କ୍ଷେତ୍ରରେ ଉନ୍ନତି ଓ ସାହିତ୍ୟ କଳା ସଂସ୍କୃତି ସଂଗୀତ କ୍ଷେତ୍ରରେ ସଫଳତା ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• କର୍ମଜୀବି- ସହଯୋଗ ମିଳିବ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ - ବହୁବିଳମ୍ବ ସତ୍ତେ୍ୱ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ନ ହେବାରୁ ମାନସିକ ସ୍ତରରେ ସନ୍ତୁଷ୍ଟ ହୋଇପାରିବେ ନାହିଁ । ଜଣାଶୁଣା ବ୍ୟକ୍ତିଙ୍କ ସହାୟତାରେ ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ । ଶୁଭରଙ୍ଗଲାଲ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ– କୌଣସି ଅତୀତ ଘଟଣା ମନରେ ବାରମ୍ବାର ଆଲୋଡନ ସୃଷ୍ଟି କରିବାରୁ କୌଣସି କାମ ପ୍ରତି ଉତ୍ସାହ ରହି ନ ପାରେ । ପ୍ରିୟଜନମାନଙ୍କ ସହ ନୂତନ ସ୍ଥାନକୁ ବୁଲି ଯିବାର ସୁଯୋଗ ଲାଭ କରିପାରନ୍ତି । ଶୁଭରଙ୍ଗ ଧଳା । ଶୁଭଅଙ୍କ ୭ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ନୂତନ କର୍ମ ଯୋଜନା ସ୍ଥିର କରିବେ ଏବଂ ସାହିତ୍ୟ କଳା ଏବଂ ଗବେଷଣା ଦିଗରେ ଅଗ୍ରଗତି କରିବେ । ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହେବ । ନିଜକାମରେ ନିଜେ ଫଇସଲା କରି ସନ୍ତୁଷ୍ଟ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କନ୍ୟା– ଆକସ୍ମିକ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ଆଜି ହଠାତ୍‌ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିବ । ଆଜିର କର୍ମକ୍ଷେତ୍ରରେ କ୍ଳାନ୍ତି ଅନୁଭବକରିବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା– ଆଜି ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନ୍‌ସନ ଲାଗି ରହିବ । ଆଖି ନ ଦେଖା କଥାକୁବିଶ୍ୱାସକରି ପଦକ୍ଷେପ ନେଲେ ଅସୁବିଧାର ସମ୍ମୁଖୀନ ହେବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା– କର୍ମକ୍ଷେତ୍ରରେ ଦୃଢ ପଦକ୍ଷପ ନେଇ ପ୍ରତ୍ୟେକ କାମକୁ ସହଜରେ ସମାପନ କରିପାରିବେ । ବନ୍ଧୁଙ୍କ ପାଖରେ ବହୁତ ଦିନରୁ ରହିଥିବା ଟଙ୍କା ଫେରିପାଇବେ । ଶୁଭ ରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ଧନୁ – କାର୍ଯ୍ୟବ୍ୟସ୍ତତା କାରଣରୁ ଆପଣ ଖାଇବା ପିଇବାରେ ଅବହେଳାକରି ନିଜର ସ୍ୱାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିବେ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୨ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଧାର୍ମିକ ହେବେ ।

ମକର– ନିଜର ଅବହେଳା କାରଣରୁ କିମ୍ବା ଅସାବଧନତା ଜନିତ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସ୍ତ୍ରୀଙ୍କ ପ୍ରେରଣା ଲାଭ କରି ଉପକୃତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
• ଚାଷୀ- କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ - ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ପଦକ୍ଷେପ ଗ୍ରହଣ କରିବା କାରଣରୁ ପରିବାରରେ ସୁଖଶାନ୍ତି ଫେରି ଆସିବ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ମୁଣ୍ଡ ବ୍ୟଥାର କାରଣ ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
• ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
• ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ଅନ୍‌ଲାଇନ୍‌ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ମୀନ - ଆଜିର କର୍ମକ୍ଷେତ୍ରରେ ଭଲ କରିବାକୁ ଯାଇ ଅପଦସ୍ତ ହେବେ । ଏଣୁ ଯାହାକିଛିି କହିବେ ଭାବିଚିନ୍ତି କହିବା ଓ କରିବା ଭଲ ହେବ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧାର୍ମିକ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.