Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ଆଉ ୧ ଲକ୍ଷ ୪୯ ହଜାର ୭୬୦ ଡୋଜ୍ କୋଭାକ୍ସିନ୍ ଟିକା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୧୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ପାରାଦୀପ : ନକଲି ସାର୍ଟିଫିକେଟ୍ ରାକେଟ୍‌ର ପର୍ଦ୍ଦାଫାଶ : ମେଡିକାଲ୍ ସାର୍ଟିଫିକେଟ୍ ତିଆରି ଅଭିଯୋଗରେ ଯୁବକ ଗିରଫ
  • ||

ଆଜି ମହାପ୍ରଭୁଙ୍କ ତ୍ରିବିକ୍ରମ ବେଶ, ନୀତିକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା

28/11/2020 at 11:48 AM

ପୁରୀ ୨୮।୧୧: ମହାକାର୍ତ୍ତିକ ମାସର ପବିତ୍ର ପଞ୍ଚୁକ ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ। ପଞ୍ଚୁକର ତ୍ରୟୋଦଶୀ ତିଥିରେ ଆଜି ମହାପ୍ରଭୁଙ୍କ ତ୍ରୀବିକ୍ରମ ବେଶରେ ବିଭୂଷିତ ହେବେ। ମହାପ୍ରଭୁଙ୍କ ବେଶ ଓ ନୀତିକୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ସୁବ୍ୟବସ୍ଥା କରାଯାଇଛି।

ଶୁକ୍ରବାର ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଥିବା ବେଳେ ଆଜି ମହାପ୍ରଭୁ  ତ୍ରୀବିକ୍ରମ ବା ଆଡ଼ିକିଆ ବେଶରେ ବିଭୂଷିତ ହେବେ। କାର୍ତ୍ତିକ ଶୁକ୍ଳ ତ୍ରୟୋଦଶୀ ତିଥିରେ ଅବକାଶ ନୀତି ସମାପନ ହେବା ପରେ ପୁଷ୍ପାଳକ ସେବାୟତଙ୍କ ଦ୍ୱାରା ଆଡ଼ିକିଆ ବେଶ କରାଯାଇଥାଏ। ଆଡ଼ିକିଆ ବେଶରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ। ସୋଲ, କନା, ବେତ, ଜମ୍ୱୁରା ଓ କଇଁଥ ଅଠାରେ ନିର୍ମିତ ହେବା ପରେ ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଖୋସା ଯାଇଥାଏ। ତ୍ରୀବିକ୍ରମ ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି। ତେବେ କରୋନା ମହାମାରୀ ଯୋଗୁଁ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ବନ୍ଦ ଥିବାରୁ ପତିତପାବନଙ୍କ ଦର୍ଶନ ଲାଗି ସିଂହଦ୍ବାର ସମ୍ମୁଖରେ ଶ୍ରଦ୍ଧାଳୁଙ୍କ ବେଶ୍ ଗହଳି ଜମିଛି। ଆସନ୍ତାକାଲି ଚତୁର୍ଦ୍ଦଶୀ ତିଥିରେ ଶ୍ରୀଜୀଉଙ୍କର ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବା ସହ ଶେଷ ଦିନ ଅର୍ଥାତ୍ ପୁର୍ଣ୍ଣମୀରେ ରାଜରାଜେଶ୍ୱର ବା ସୁନାବେଶରେ ବିଭୂଷିତ ହେବେ ଶ୍ରୀଜୀଉ।

   Related Posts