Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୧ କୋଭିଡ୍ ପଜିଟିଭ୍
  • ||
  • ସିରିଆ ଡ୍ରୋନ୍ ଆଟାକ୍‌: ଅଲକାଏଦାର ବରିଷ୍ଠ ନେତା ଅବଦୁଲ ହମିଦ ଅଲ-ମାତାର ମୃତ
  • ||
  • ନିଶ୍ଚିନ୍ତକୋଇଲିରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ଫସଲ
  • ||
  • ମନୀଷ ଅନୁରାଗ ହତ୍ୟା ମାମଲା : ସାଉଥ୍‌ ସିଟି ବାର୍‌ ମାଲିକ ଓ ପରିଚାଳନା କରୁଥିବା ପ୍ରସନ୍ନ ବେହେରା ଗିରଫ
  • ||
  • ଅନ୍ୟ ରାଜ୍ୟର ଜେଲକୁ ସ୍ଥାନାନ୍ତର ହେଉଛନ୍ତି ଆତଙ୍କବାଦୀ : ଜମ୍ମୁ-କାଶ୍ମୀରରୁ ୨୬ ଆତଙ୍କୀଙ୍କୁ ପଠାଗଲା ଆଗ୍ରା
  • ||
  • କମୁଛି ପାରଦ, ଆଗକୁ ବଢିବ ଶୀତ
  • ||
  • ଟି୨୦ ବିଶ୍ୱକପ : ଅସଲ ଲଢେଇ ଆରମ୍ଭ, ସୁପର ୧୨ର ପ୍ରଥମ ମୁକାବିଲାରେ ଅଷ୍ଟ୍ରେଲିଆ ବନାମ ଦକ୍ଷିଣ ଆଫ୍ରିକା
  • ||

ଆଜିଠୁ ଟିକା ଉତ୍ସବ, ୧୪ ଯାଏ କରୋନା ମହାମାରୀ ମୁକାବିଲା ଲାଗି ଚାଲିବ ଦେଶବ୍ୟାପୀ

11/04/2021 at 7:21 AM

ନୂଆଦିଲ୍ଲୀ ୧୧।୦୪: ଆଜିଠୁ ସାରା ଦେଶରେ ଟିକା ଉତ୍ସବ । ଆଜିଠୁ ୧୪ ତାରିଖ ଯାଏ ଚାଲିବ ଟିକା ଉତ୍ସବ । କରୋନା ନିୟନ୍ତ୍ରଣ ପାଇଁ ସାରା ଦେଶରେ ଟିକା ଉତ୍ସବର ଆୟୋଜନ କରାଯାଇଛି ।

ଗତ ଗୁରୁବାର ଦିନ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହ ବୈଠକ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟିକା ଉତ୍ସବର ଆୟୋଜନ କରିବା ପାଇଁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ଅନୁରୋଧ କରିଥିଲେ।  ଉତ୍ସବରେ ଯୋଗଦେବାକୁ ଜନସାଧାରଣଙ୍କୁ ଅପିଲ୍ କରାଯାଇଛି । ଏପ୍ରିଲ ୧୧ ଜ୍ୟୋତିରାଓ ଫୁଲେଜୀଙ୍କ ଜୟନ୍ତୀ ଏବଂ ଏପ୍ରିଲ ୧୪ରେ ବାବା ସାହେବ ଆମ୍ବେଦକରଙ୍କ ଜୟନ୍ତୀ ଥିବାରୁ ଏହି ୪ ଦିନ ‘ଟିକା ଉତ୍ସବ’ ପାଳନ ହେବ ଏବଂ ଅଧିକରୁ ଅଧିକ ଲୋକଙ୍କର ଟିକାକରଣ କରାଯିବ ।

ସେହିପରି ଓଡ଼ିଶା ପାଖରେ ଏବେ ୩ ଲକ୍ଷ ୩୦ ହଜାର ଟିକା ରହିଛି । ଦୈନିକ ୩ ଲକ୍ଷ ଟିକା କରଣ ପାଇଁ ରାଜ୍ୟ ପ୍ରସ୍ତୁତ ହୋଇଛି । କେନ୍ଦ୍ରକୁ ୨୫ ଲକ୍ଷ ଟିକା ମଗାଯାଇଥିବା ବେଳେ ଗତ କାଲି ପହଞ୍ଚିଛି ମାତ୍ର ଅଢେଇ ଲକ୍ଷ ଟିକା । ଇତି ମଧ୍ୟରେ ରାଜ୍ୟକୁ ୪୨ ଲକ୍ଷ ୭୧ ହାଜାର ୮୭୦ କୋଭିସିଲ୍ଡ ଟିକା ଏବଂ ୩ ଲକ୍ଷ ୩୬ ହଜାର ୭୮୦ କୋଭାକ୍ସିନ୍ ଟିକା ଆସିଛି ।

   Related Posts