Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

୩୦ ଫୁଟ୍ ତଳକୁ ଖସିପଡିଲା ଲୁହାପଥର ବୋଝେଇ ଟିପ୍ପର, ଚାଲିଗଲା ଚାଳକଙ୍କ ଜୀବନ

18/01/2021 at 9:20 AM

ଲହୁଣିପଡ଼ା,୧୮/୦୧: ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ଚମ୍ପାଝରଣ ମନ୍ଦିର ନିକଟରେ ଏକ ଲୁହାପଥର ବୋଝେଇ ଟିପ୍ପର ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସି ପଡିଛି। ଏହି ଦୁର୍ଘଟଣାରେ ଟ୍ରାକ୍ଟର ଚାଳକଙ୍କ ମୃତ୍ୟୁ ଘଟିଛି ।

ସୂଚନା ଅନୁସାରେ,   ଓଆର୧୪କ୍ୟୁ ୨୯୫୪ ନମ୍ବର ବିଶିଷ୍ଟ ଏକ ଟିପ୍ପର ଖଣ୍ଡାଧାରରୁ ଲୁହା ପଥର ବୋଝେଇ କରି ରାଉରକେଲା ଅଭିମୁଖେ ଆସୁଥିଲା। ତେବେ ଚମ୍ପାଝରଣ ମନ୍ଦିର ନିକଟରେ ଗାଡ଼ିଟି ନିୟନ୍ତ୍ରଣ ହରାଇଥିଲା । ଫଳରେ ଏହା ରାସ୍ତାର୩୦ ଫୁଟ ତଳକୁ ଖସି ପଡ଼ିଥିଲା ।

ଟିପ୍ପର କ୍ୟାବିନ୍‌ରେ ଚାପି ହୋଇ ଚାଳକ କିଶୋର ବଡାଇକ (୩୦)ଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା । ଖବର ପାଇ ଚାନ୍ଦିପୋଷ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିଛି । । ଏହାସହ ଲହୁଣିପଡ଼ାରେ ମୃତଦେହ ବ୍ୟବଚ୍ଛେଦ ହେବା ପରେ ପୋଲିସ୍‌ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts