Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ପାଇଁ ଗ୍ଲୋବାଲ୍‌ ଟେଣ୍ଡର: ୧୯ ସଦସ୍ୟଙ୍କୁ ନେଇ ଗଠନ ହେଲା କମିଟି
  • ||
  • ଭୁବନେଶ୍ବରରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ୯୬୨ ଆକ୍ରାନ୍ତ ଚିହ୍ନଟ
  • ||
  • ନୂଆଦିଲ୍ଲୀ : କରୋନାର ସାମାନ୍ୟ ଲକ୍ଷଣ ଥିବା ରୋଗୀଙ୍କ ପାଇଁ ଉପଯୋଗୀ ଆୟୁଷ-୬୪, ଏହି କେନ୍ଦ୍ରରେ ମିଳୁଛି ମାଗଣାରେ
  • ||
  • ଶାମଲୀ : ଲଜ୍ଜାଜନକ ଦୃଶ୍ୟ, ଅଳିଆ ବୁହା ଗାଡିରେ ଶ୍ମଶାନଘାଟ ଗଲା ମହିଳାଙ୍କ ମୃତଦେହ
  • ||
  • ଟିକା ପାଇଁ ହେବ ଗ୍ଲୋବାଲ୍‌ ଟେଣ୍ଡର, ରାଜ୍ୟ କ୍ୟାବିନେଟ୍ ବୈଠକରେ ନିଷ୍ପତ୍ତି
  • ||
  • ନୂଆଦିଲ୍ଲୀ : ରାହୁଲ ଭୋରାଙ୍କ ମୃତ୍ୟୁ ପରେ ପତ୍ନୀ ସେୟାର କଲେ ଯନ୍ତ୍ରଣାଦାୟକ ଭିଡିଓ… କେମିତି ଅକ୍ସିଜେନ୍ ଟିକିଏ ପାଇଁ ହେଉଥିଲେ ଛଟପଟ
  • ||
  • ମଥୁରା : କରୋନାରେ ହେମାମାଳିନୀଙ୍କ ବ୍ୟକ୍ତିଗତ ସଚିବଙ୍କ ମୃତ୍ୟୁ, ଟ୍ବିଟ୍ କରି ଅଭିନେତ୍ରୀ ଦେଲେ ଶ୍ରଦ୍ଧାଞ୍ଜଳି
  • ||
  • ଭୁବନ : ଦୀର୍ଘ ୭ଘଣ୍ଟା ବନ୍ଦ ଘରେ ପଡିରହିଲା ମୃତଦେହ, କରୋନା ସଂକ୍ରମଣ ଆଶଙ୍କାରେ ପାଖ ମାଡିଲେନି ପରିବାର
  • ||
  • ବଲାଙ୍ଗୀର : ରୋଗୀଙ୍କୁ ଲାଞ୍ଚ ମାଗିବା ପଡିଲା ମହଙ୍ଗା, SDMOଙ୍କୁ ସୋ-କଜ୍ ନୋଟିସ୍ ପରେ ପଠାଗଲା ଡେପୁଟେସନରେ, ସ୍ବାସ୍ଥ୍ୟକର୍ମୀ ସସ୍‌ପେଣ୍ଡ
  • ||
  • ହାଇଦ୍ରାବାଦ : ଅକ୍ସିଜେନ୍ ଟ୍ୟାଙ୍କର ଡ୍ରାଇଭର ଭୁଲିଗଲା ହସ୍ପିଟାଲ ରାସ୍ତା, ଅକ୍ସିଜେନ୍ ଅଭାବରୁ ଚାଲିଗଲା ୭ କରୋନା ରୋଗୀଙ୍କ ଜୀବନ
  • ||

ତୃଣମୂଳ କଂଗ୍ରେସ ବିଧାୟକଙ୍କୁ ହତ୍ୟା ; ୨ ଅଭିଯୁକ୍ତ ଗିରଫ, ଥାନା ଅଧିକାରୀ ନିଲମ୍ବିତ

10/02/2019 at 1:39 PM

କୋଲକାତା ୧୦|୨:  ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସର ବିଧାୟକ ସତ୍ୟଜିତ୍ ବିଶ୍ବାସଙ୍କୁ ହତ୍ୟା କରାଯାଇଛି । ବିଧାୟକ ସତ୍ୟଜିତ୍‌ଙ୍କୁ ଗତ ଶନିବାର ବିଳମ୍ବିତ ରାତିରେ ଗୁଳିମାରି ହତ୍ୟା କରିଛନ୍ତି ଦୁର୍ବୃତ୍ତ । ତାଙ୍କୁ ଗୁଳିମାଡ ହେବା ପରେ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ବିଧାୟକଙ୍କୁ ହତ୍ୟା ଅଭିଯୋଗରେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି । ଏହାସହ ଥାନା ଅଧିକାରୀଙ୍କୁ ମଧ୍ୟ ନିଲମ୍ବିତ କରାଯାଇଛି । ଘଟଣା ଦିନ ବିଧାୟକ ପୁଲଓ୍ବାରି ଅଞ୍ଚଳରେ ସରସ୍ବତୀ ପୂଜା କାର୍ଯ୍ୟକ୍ରମରେ ଥିଲେ ପୋଲିସ ସୂଚନା ଅନୁସାରେ ଦୁର୍ବୃତ୍ତମାନେ ସତ୍ୟଜିତ୍ଙ୍କୁ ଅତି ନିକଟରୁ ଗୁଳି କରି ହତ୍ୟା କରିଛନ୍ତି । । ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ସତ୍ୟଜିତ୍ ନାଦିଆ ଜିଲ୍ଲାର କୃଷ୍ଣାଗଞ୍ଜ ସିଟ୍ ରୁ ବିଧାୟକ ଥିଲେ । କିଛି ଦିନ ପୂର୍ବରୁ ହିଁ ତାଙ୍କର ବିବାହ ହୋଇଥିଲା ।

ତୃଣମୂଳ କଂଗ୍ରେସ ନେତା ଶଙ୍କର ଦତ୍ତ ଅଭିଯୋଗ କରିଛନ୍ତି ଯେ, ଭାରତୀୟ ଜନତା ପାର୍ଟି ପକ୍ଷରୁ ଷଡଯନ୍ତ୍ର କରାଯାଇ ହତ୍ୟା କରାଯାଇଛି । ପଶ୍ଚିମବଙ୍ଗର ଭାରତୀୟ ଜନତା ପାର୍ଟି ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଅଭିଯୋଗକୁ ଖଣ୍ଡନ କରିଛନ୍ତି । ସେ କହିଛନ୍ତି ବିଧାୟକଙ୍କ ହତ୍ୟା ଦୁର୍ଭାଗ୍ୟଜନକ । ଏହାର ସିବିଆଇ ତଦନ୍ତ ହେବା ଉଚିତ୍ ।

   Related Posts