ମେ ୨୪ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 24, 2019 IST

ମେଷ – ଉନ୍ନୟନ କାର୍ଯ୍ୟରେ ମନୋନିବେଶ କରିବେ । ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ୱୀ ହେବା ଆଶା କରାଯାଏ । ଲୋକପ୍ରିୟତା ଅର୍ଜନ କରିପାରନ୍ତି ।


ବୃଷ – ଲାଗି ରହିଥିବା ଭ୍ରାତୃ ବିବାଦ ଦୂରେଇ ଯିବ । ସାଧନାରେ ସିଦ୍ଧିପ୍ରାପ୍ତ ହେବେ । ବଂଶର ଆଲୋକ ବର୍ତ୍ତିକା ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଦୟାଳୁ ସ୍ୱଭାବର ହେବେ ।


ମିଥୁନ - କର୍ମକ୍ଷେତରେ ଉତ୍ସାହ ବୃଦ୍ଧି ପାଇବ । ସେବକ ଓ ପୂଜକ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ ।


କର୍କଟ – ଅଭାବ ଦୂରେଇ ଯିବ । ଆଶ୍ୱସ୍ତ ହେବେ । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ମିତ୍ରମାନେ କର ଛଡା ଦେଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ଉଚ୍ଚସ୍ଥାନ ଆରୋହଣ ମନା ।


ସିଂହ – ଆକସ୍ମିକ ଭାବେ ଲାଭବାନ୍ ହୋଇପାରନ୍ତି । କ୍ଷତି ପୂରଣ ହେବାରୁ ଆଶ୍ୱସ୍ତି ମିଳିବ । ବ୍ୟବସାୟ ଲାଭଜନକ ହେବ । ମନରେ ସେବାଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହୋଇପାରନ୍ତି ।


କନ୍ୟା – ଭଲ କାର୍ଯ୍ୟ ପାଇଁ ବନ୍ଧୁ ସହାୟତା ମିଳିପାରେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି ।ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ ।


ତୁଳା – ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ । ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ଭାବେ ସୁନାମ ଅର୍ଜନ କରିପାରନ୍ତି । ସୁଖୀ ହେବେ । ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ ।


ବିଛା – ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ମନ ପ୍ରସନ୍ନ ରହିବ । ଆକସ୍ମିକ ଧନ ଲାଭ ହେବାର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସୂଚନା ମିଳୁଛି ।


ଧନୁ – ମନରେ ପ୍ରସନ୍ନତା ଭାବ ଦେଖା ହେବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ମିଷ୍ଟଭାଷୀ ଭାବେ କନ-ମନ ତୋଷ କରିପାରନ୍ତି । ମେଳାପୀ ପ୍ରକୃତିର ହେବେ । ସାନଭାଇଙ୍କ ଠାରୁ ସମ୍ମାନ ମିଳିବ ।


ମକର – ସୁ-ସମ୍ବାଦ ପାଇ ଖୁସି ହୋଇପାରନ୍ତି । ନିରବ ଭାବ ପ୍ରଦର୍ଶନ କରିପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ,ମଧୁରଭାଷୀ,ସହନଶୀଳ,ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ ।


କୁମ୍ଭ - ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦାନ କରି ଖୁସି ହୋଇପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ସୁସ୍ୱାଦୁ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ରଣାଙ୍ଗନରେ ପାରଙ୍ଗମ ହେବେ ।


ମୀନ - ମହିଳା ଓ ବିଦ୍ୟାର୍ଥୀମନଙ୍କୁ ଜଗି ରଖି ଚଳିବାକୁ ପଡିବ । କାର୍ଯ୍ୟରେ ବାଧା ସୃଷ୍ଟି ହୋଇପାରେ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଲ ସ୍ୱଭାବର ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.