Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବଲାଙ୍ଗୀର ଯିବେ ମୁଖ୍ୟମନ୍ତ୍ରୀ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବେ ନବୀନ

22/09/2021 at 9:30 AM

ବଲାଙ୍ଗିର ୨୨/୦୯: ବଲାଙ୍ଗୀର ପାଇଁ ବିକାଶର ବ୍ଲୁପ୍ରିଣ୍ଟ୍ । ବିଜୁ ସ୍ବାସ୍ଥ୍ୟ କଲ୍ୟାଣ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ହରିଶଙ୍କର ଓ ନୃସିଂହନାଥ ରୁପାନ୍ତର ପ୍ରକଳ୍ପର ଶିଳାନ୍ୟାସ କରିବେ । ବଲାଙ୍ଗିର ବିକାଶ ପାଇଁ ପ୍ରାୟ ୬ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ଥର ସ୍ଥାପନ କାର୍ଯ୍ୟକ୍ରମ ରହିଛି । ସ୍ବତନ୍ତ୍ର ବିମାନ ଯୋଗେ ତୁଷୁରା ଏୟାରଷ୍ଟ୍ରିପରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ।

ସେଠାରୁ ଟିଟିଲାଗଡ଼ ମିନି ଷ୍ଟାଡିୟମ ଯାଇ ହିତାଧିକାରୀଙ୍କୁ ସ୍ମାର୍ଟ ହେଲଥ୍ କାର୍ଡ଼ ବଣ୍ଟନ କରିବେ । ଏହା ପରେ ପାଟଣାଗଡ଼ରେ ବିଜୁ ସ୍ବାସ୍ଥ୍ୟ ହେଲଥ୍ କାର୍ଡ଼ ବଣ୍ଟନ ସହ ହରିଶଙ୍କର ଓ ନୃସିଂହନାଥ ବିକାଶ ପ୍ରକଳ୍ପର ଶିଳାନ୍ୟାସ କରିବେ । ବଲାଙ୍ଗିର ଅତ୍ୟାଧୁନିକ ବସଷ୍ଟାଣ୍ଡ ଉଦ୍ଘାଟନ କରିବା ସହ ପାନୀୟ ଜଳ ଯୋଗାଣ, କୃଷି ଜଳସେଚନ ଭଳି ବିକାଶ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପୋଲିସ ଓ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ସଭାସ୍ଥଳକୁ ମାତ୍ର ୨୫୦ ଜଣଙ୍କୁ ଅନୁମତି ରହିଛି । ଏଥିରେ ଯୋଗଦେଉଥିବା ପୋଲିସ, ପ୍ରଶାସନିକ ଅଧିକାରୀ ଓ ଗଣମାଧ୍ୟମ ପ୍ରତିନିଧିଙ୍କ କୋଭିଡ୍ ଆରଟିପିସିଆର ଟେଷ୍ଟ କରାଯାଇଛି । ସୁରକ୍ଷା ବ୍ୟବସ୍ଥା ପାଇଁ ୨୦ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

   Related Posts