Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଆଜି ରାଜ୍ୟରେ ରେକର୍ଡ ସୁସ୍ଥ: କୋଭିଡ୍-୧୯ରୁ ଆରୋଗ୍ୟ ହେଲେ ୬୦୯ ସଂକ୍ରମିତ

14/07/2020 at 6:51 PM

ଭୁବନେଶ୍ଵର ୧୧।୦୭: ଜୁଲାଇ ମାସ ରାଜ୍ୟରେ କରୋନା ସ୍ଥିତି ବିଗିଡିବାରେ ଲାଗିଛି। ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସଂପ୍ରତି ଦୈନିକ ୫୦୦ ନୂତନ ନୂତନ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଅନ୍ୟପକ୍ଷେ ଆଶ୍ଵସ୍ତିକର କଥା ସଂକ୍ରମିତଙ୍କ ସହ ତାଳ ଦେଇ ରାଜ୍ୟରେ ସୁସ୍ଥହାର ମଧ୍ୟ ବଢି ଚାଲିଛି। ଏହି କ୍ରମରେ ଆଜି ରାଜ୍ୟରେ ରେକର୍ଡ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏହି ୨୪ ଘଣ୍ଟାରେ ରାଜ୍ୟରେ ପ୍ରଥମ ଥର ଗୋଟିଏ ଦିନରେ ୬୦୯ ଆରୋଗ୍ୟ ହୋଇଛନ୍ତି। ଏହାକୁ ମିଶାଇ ଓଡିଶାରେ ସୁସ୍ଥ ସଂଖ୍ୟା ୯୮୬୪ରେ ପହଞ୍ଚିଛି। ପ୍ରତି ଥର ପରି ଆଜି ମଧ୍ୟ ଗଞ୍ଜାମରୁ ସର୍ବାଧିକ ୨୬୮ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳାବର ଟ୍ଵିଟ୍‌ ଜରିଆରେ ଏହାର ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୪୩ ନୂତନ ସଂକ୍ରମିତ ଚିହ୍ନଟ ହୋଇଥିଲେ।

ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ୬୦୯ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।  ଏଥିରୁ ଗଞ୍ଜାମରୁ ସର୍ବାଧିକ  ୨୬୮ ଜଣ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ପରି ସୁନ୍ଦରଗଡରୁ ୧୩୫, ଖୋର୍ଦ୍ଧାରୁ ୩୭, କଟକରୁ ୩୨, ବାଲେଶ୍ଵରରୁ ୨୫, କେନ୍ଦୁଝରରୁ ୨୩, ମୟୂରଭଞ୍ଜରୁ ୧୮, ଭଦ୍ରକରୁ ୧୨, ପୁରୀରୁ ୧୨ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସେହି ପରି ସମ୍ବଲପୁରରୁ ୮, ବରଗଡ ଓ ଜଗତସିଂହପୁରରୁ ୭ ଜଣ ଲେଖାଏଁ, ଯାଜପୁରରୁ ୬, ଝାରସୁଗୁଡା ଓ କେନ୍ଦ୍ରାପଡାରୁ ୪ ଜଣ ଲେଖାଏଁ, ବଲାଙ୍ଗିରରୁ ୩ ଜଣ, କୋରାପୁଟ, ନବରଙ୍ଗପୁର ଓ ରାୟଗଡାରୁ ୨ ଜଣ ଲେଖାଏଁ ଓ ଗଜପତି ଏବଂ ନୟାଗଡରୁ ଜଣେ ଲେଖାଏଁ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୪୩ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସଂକ୍ରମିତ ସଂଖ୍ୟା ୧୪୨୮୦ରେ ପହଞ୍ଚିଛି। ଆଜିର ୬୦୯ ସୁସ୍ଥ ରୋଗୀଙ୍କୁ ମିଶାଇ ଅଦ୍ୟାବଧି ୯୮୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହି ଭଳି ଆଜି ଏହି ମହାମାରୀରେ ଆଉ ୪ ଜଣଙ୍କ ପ୍ରାଣହାନୀ ଘଟିଛି। ରାଜ୍ୟରେ ଏ ପର୍ଯ୍ୟନ୍ତ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ରେ  ପହଞ୍ଚିଛି। ଆକ୍ଟିଭ୍ କେସ୍ ସଂଖ୍ୟା ୪୩୪୨ ରହିଛି।

   Related Posts