ପୁଣି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ : ଆଜି ଏବଂ କାଲି ପ୍ରବଳ ବର୍ଷା ସମ୍ବାବନା

Published By : Prameya-News7 Bureau | August 18, 2019 IST

ଭୁବନେଶ୍ବର ୧୮/୮: ଆଜି ଏବଂ କାଲି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉତ୍ତର, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ଏପରି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ପଶ୍ଚିମବଙ୍ଗ ଏବଂ ଏହା ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି।

ଯାହା ପ୍ରଭାବରେ ଆଜି ଓ ସୋମବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ହେଲେ ଅଧିକାଂଶ ସ୍ଥାନରେ ରବିବାର ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଯାଜପୁର, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ନୟାଗଡ଼, ଅନୁଗୁଳ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଆଦି ସ୍ଥାନରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ସେହିପରି ଆଜି ଓ ସୋମବାର କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା, ବାଲେଶ୍ବର, ମୟୂରଭଞ୍ଜ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ ଓ ସମ୍ବଲପୁର ଆଦି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କିନ୍ତୁ ଏହା ପରଠାରୁ ତିନି ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ନାହିଁ। ଫୁଲବାଣୀରେ ସର୍ବାଧିକ ୯.୨ ମିମି ବର୍ଷା ହୋଇଥିବାବେଳେ ବାରିପଦାରେ ୨.୪ମିମି, ପାରାଦୀପରେ ୧.୩ମିମି, ବାଲେଶ୍ବରରେ ୧.୨ମିମି, କେନ୍ଦୁଝରରେ ୦.୬ମିମି ବର୍ଷା ହୋଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.