Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ଆଜି ଭାରତ ବନ୍ଦ, ନୂଆ କୃଷି ଆଇନକୁ ବିରୋଧ କରି ବିଭିନ୍ନ କୃଷକ ସଂଗଠନର ବନ୍ଦ ଡାକରା

8/12/2020 at 7:53 AM

ନୂଆଦିଲ୍ଲୀ ୦୮।୧୨: କୃଷି ଆଇନକୁ କୃଷକଙ୍କ ଦେଶବ୍ୟାପୀ ବିରୋଧ । ଆଜି ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ଭାରତ ବନ୍ଦ ପାଳନ କରାଯାଉଛି । ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଜୋରଦାର ଆନ୍ଦୋଳନ ଚାଲିବ। ଦେଶର ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥ ଅବରୋଧ କରାଯାଇଛି ।

ଭାରତ ବନ୍ଦକୁ କଂଗ୍ରେସ ସମେତ ୧୮ଟି ରାଜନୈତିକ ଦଳ ସମର୍ଥନ ଜଣାଇଛନ୍ତି। ବନ୍ଦକୁ କଂଗ୍ରେସ, ଡିଏମ୍ କେ, ଏନ୍ ସିପି, ସମାଜବାଦୀ ପାର୍ଟି, ବାମଦଳ, ରାଷ୍ଟ୍ରୀୟ ଲୋକତାନ୍ତ୍ରିକ ପାର୍ଟି, ଆସାମ ଗଣ ପରିଷଦ, ତେଲେଙ୍ଗାନା ରାଷ୍ଟ୍ର ସମିତି, ଆମ୍ ଆଦ୍ ମି ପାର୍ଟି, ଶିବସେନା ପ୍ରମୁଖ ରାଜନୈତିକ ଦଳମାନେ ସମର୍ଥନ ଘୋଷଣା କରିଛନ୍ତି। ଏହା ସହିତ ଆଇଏନ୍ ଟିୟୁସି, ଏଆଇଟିୟୁସି, ଏଚ୍ ଏମ୍ ଏସ୍ , ସିଆଇଟିୟୁ, ଏଆଇୟୁଟିୟୁସି, ଟିୟୁସିସି ଭଳି ଶ୍ରମିକ ସଂଗଠନବନ୍ଦକୁ ପୂର୍ଣ୍ଣ ସମର୍ଥନ ଘୋଷଣା କରିଛନ୍ତି।

ନୂଆ କୃଷି ଆଇନକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର କରିବା ଦାବିରେ କୃଷକ ସଂଗଠନମାନେ ଅଟଳ ରହିଥିବା ବେଳେ ଆଇନରେ କେତେକ ସଂଶୋଧନ ପାଇଁ ସରକାର ରାଜି ହୋଇଛନ୍ତି। ମାତ୍ର ସରକାର ଓ କୃଷକ ନେତାଙ୍କ ମଧ୍ୟରେ ପାଞ୍ଚଥର ଆଲୋଚନା ହୋଇଥିଲେ ମଧ୍ୟ ସମାଧାନର ପନ୍ଥା ବାହାରି ପାରିନାହିଁ। ଆସନ୍ତାକାଲି ସରକାର ଏବଂ କୃଷକ ନେତାଙ୍କ ମଧ୍ୟରେ ଷଷ୍ଠ ପର୍ଯ୍ୟାୟ ଆଲୋଚନା ହେବାକୁ ଯାଉଛି।

   Related Posts