Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଶିଳ୍ପନଗରୀରୁ ଗାଁ ଗହଳି ସବୁଠି ଉତ୍ସାହ

17/09/2021 at 8:30 AM

ଭୁବନେଶ୍ୱର ୧୭/୦୯: ଆଜି ବିଶ୍ୱକର୍ମା ପୂଜା । ଦେବଶିଳ୍ପୀ ବିଶ୍ୱକର୍ମା ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୂଳଦେବତା । ଆଜି ଦେବଶିଳ୍ପୀଙ୍କ ପୂଜାକୁ ନେଇ ଓଡିଶାର ପୁରପଲ୍ଲୀ ଚଳଚଞ୍ଚଳ ହୋଇପଡିଛି । ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ରାଜ୍ୟରେ କୋଭିଡ କଟକଣା ମଧ୍ୟରେ ଶିଳ୍ପ ନଗରୀରେ ବିଶ୍ୱକର୍ମାଙ୍କ ପୂଜା ନିରାଡ଼ମ୍ବର ଭାବେ ପାଳନ କରାଯାଉଛି । ବିଶେଷ କରି ଶିଳ୍ପ କାରଖାନା ମାନଙ୍କରେ ବିଶ୍ୱକର୍ମାଙ୍କ ପୂଜା ପାଳନ କରାଯାଉଛି ।

ଭାଦ୍ରବ ମାସ କନ୍ୟା ସଂକ୍ରାନ୍ତିରେ ମର୍ତ୍ତ୍ୟରେ ଆବିର୍ଭୁତ ହୋଇଥିଲେ ଦେବଶିଳ୍ପୀ ବିଶ୍ୱକର୍ମା । ତ୍ୱଷ୍ଟା ନାମରେ ସେ ବିଦିତ । ଦିବ୍ୟ ବସ୍ତ୍ର ପରିହିତ, ନାନାଦି ରତ୍ନାଳଙ୍କାରରେ ବିଭୂଷିତ । ସେ ମହାଜ୍ଞାନୀ, କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର, ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ । ପ୍ରଜାପତି ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ ବୋଲି ପୁରାଣରେ ବର୍ଣ୍ଣନା ରହିଛି । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ସେ ସୃଷ୍ଟି ସର୍ଜନା କରିଥିଲେ । ସେ ସକଳ ଶିଳ୍ପକଳାର ଜନକ ।

ସେଥିପାଇଁ ବିଭିନ୍ନ ଶିଳ୍ପାନୁଷ୍ଠାନମାନଙ୍କରେ କନ୍ୟା ସଂକ୍ରାନ୍ତିରେ ବିଶ୍ୱକର୍ମା ପୂଜା କରାଯାଏ । ସ୍ୱର୍ଗର ଅମରାବତୀ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ । ଦେବତାମାନଙ୍କର ସମସ୍ତ ଶସ୍ତ୍ର, ବିମାନ ଆଦି ଏହାଙ୍କ ଦ୍ୱାରା ନିର୍ମିତ । ବଢ଼େଇ, ନିର୍ମାତା ଓ କାରିଗରମାନେ ନିଜ ନିଜ ଘରେ ବିଶ୍ୱକର୍ମାଙ୍କୁ ଏ ଅବସରରେ ପୂଜା କରନ୍ତି । ନିର୍ମାଣ କାର୍ଯ୍ୟରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରପାତିକୁ ଶୁଦ୍ଧପୁତ କରି ଏହି ଦିନ ପୂଜା କରାଯାଏ । ସେଥିପାଇଁ ବିଶ୍ୱକର୍ମା ପୂଜା ଉପଲକ୍ଷେ ଯାନ୍ତ୍ରିକ କାର୍ଯ୍ୟ ବନ୍ଦ ଥାଏ ।

   Related Posts