Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଦିନିକିଆ ଢେଙ୍କାନାଳ ଗସ୍ତ : ଉଦଘାଟନ କରିବେ ବିଭିନ୍ନ ପ୍ରକଳ୍ପ

24/02/2019 at 9:08 AM

୨୪/୨: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିନିକିଆ ଢେଙ୍କାନାଳ ଗସ୍ତ କରିବେ । ଢେଙ୍କାନାଳରେ ୯୫୩ କୋଟି ଟଙ୍କାରେ ୧୦୩ଟି ପ୍ରକଳ୍ପ ଏବଂ ଅନୁଗୋଳରେ ୧୧ ଶହ୨୯ କୋଟି ଟଙ୍କାରେ ୩୬ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ନବୀନ । ଅପରାହ୍ନ ୪ଟାରେ ହିନ୍ଦୋଳ ନିର୍ବାଚନ ମଣ୍ଡଳୀର ସାତମାଇଲି ସ୍ଥିତ  ବହୁବର ପଡିଆରେ ସାଧାରଣ ସଭାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ  ଆଡି ବନ୍ଧ, ବସୁଧା ଯୋଜନାରେ ଗ୍ରାମଞ୍ଚଳରେ ପାନୀୟ ଜଳ ପ୍ରକଳ୍ପ ଠାରୁ ଆରମ୍ଭ କରି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । କାଳିଆ ଯୋଜନାରେ ୩୧ ହଜାର ୯୮୫ ଜଣ ହିତାଧିକାରୀଙ୍କୁ ଆର୍ଥୀକ ସହାୟତା ପ୍ରଦାନ କରିବେ ନବୀନ। ଏହାସହ ୧୦ ଲକ୍ଷରୁ ଅଧିକ ଭୂମିହୀନ ପରିବାକୁ ୧୨ ଶହ ୫୦ କୋଟି ଟଙ୍କାରୁ ଅଧିକ କାଳିଆ ସହାୟତା ପ୍ରଦାନ କରିବେ । ପିଲାଙ୍କ ଉନ୍ନତ ଭବିଷ୍ୟତ ପାଇଁ କାଳିଆ ଛାତ୍ରବୃତ୍ତି  ମଧ୍ୟ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ।  ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

   Related Posts