Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ, ରାଜ୍ୟପାଳଙ୍କୁ ଭେଟି ଦେଲେ ରିଜାଇନ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୧ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୯୫ କୋଭିଡ୍ ପଜିଟିଭ୍
  • ||
  • ଉପରୁ ମୁଣ୍ଡରେ କମୁଛି ବନ୍ୟାଜଳ ପ୍ରବାହ, ବନ୍ଦ ହେଲା ହୀରାକୁଦର ୪ ଗେଟ୍
  • ||
  • ବିଲକୁ ଯାଇଥିଲେ ଚାଷୀ, ଦଳି ମାରିଦେଲା ଦନ୍ତା
  • ||
  • ଗୋଟିଏ ଟ୍ରକ୍ ଧକ୍କା ଦେଲା, ଆଉ ଏକ ଟ୍ରକ୍ ଚାପିଦେଲା : ରାସ୍ତା ପାର୍ ବେଳେ ଜୀବନ ହାରିଲେ ସୁବାଷ
  • ||
  • ରାତିରେ ହଠାତ ଘରେ ପଶିଗଲା ଦନ୍ତା, ନାବାଳକକୁ ଆକ୍ରମଣ କରି ମାରିଦେଲା…
  • ||
  • ଦେବୀଗଡା ଘାଟ ନିକଟରୁ ବିଶାଳ ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ
  • ||

ଖସୁଛି ସଂକ୍ରମଣ : ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪୦ ହଜାରରୁ ଅଧିକ ପଜିଟିଭ୍

4/08/2021 at 10:43 AM

ନୂଆଦିଲ୍ଲୀ, ୦୪/୦୮ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଦୈନିକ ସଂକ୍ରମଣ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୬୨ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୨,୬୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୫୬୨ ଜଣଙ୍କ ମୃତ୍ୟୁ ଘଟିଛି ।

ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୭ ଲକ୍ଷ ୬୯ହଜାର ୧୩୨ରେ ପହଞ୍ଚିଛି । ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୨୫ ହଜାର ୭୫୫ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୦୯ ଲକ୍ଷ ୩୩ ହଜାର ୦୯୯ରେ ପହଁଚିଛି । ଏବେ ଦେଶରେ ୪୧୦୩୫୩ ଟି ସକ୍ରିୟ ମାମଲା ରହିଛି ।

   Related Posts