Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଗାନ୍ଧୀ ଜୟନ୍ତୀ ପାଳନ କରୁଛି ସାରା ଦେଶ : ବିଶ୍ୱକୁ ସତ୍ୟ ଏବଂ ଅହିଂସା ମାର୍ଗ ଦେଖାଇଛନ୍ତି ଜାତିର ପିତା

2/10/2021 at 7:26 AM

ଭୁବନେଶ୍ୱର, ୦୨|୧୦: ଆଜି ଅକ୍ଟୋବର ୨ ତାରିଖ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ୧୫୨ ତମ ଜୟନ୍ତୀ । ବାପୁ ନାମରେ ଜଣାଶୁଣା ଗାନ୍ଧୀ ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ। ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ ସେ ଅହିଂସା ମାର୍ଗକୁ ଆପଣାଇଥିଲେ।

ସେ ସବୁ ସମୟରେ ଅନ୍ୟାୟ ବିରୋଧରେ ସଂଘର୍ଷ କରିଥିଲେ । ସେ ଧାରଣା ଏବଂ ସତ୍ୟର ମାର୍ଗରେ ସର୍ବଦା ଯିବାକୁ କୁଣ୍ଠାବୋଧ କରିନଥିଲେ। ସତ୍ୟ ଓ ଅହିଂସାକୁ ନେଇ ସର୍ବଦା ବାପୁଙ୍କ ବିଚାର ସାରା ବିଶ୍ବରେ ମାର୍ଗଦର୍ଶନ କରିବା ସହ ପ୍ରେରଣା ଦେଇଥାଏ । ତାଙ୍କର ସେହି ବିଚାରକୁ ନେଇ ଅକ୍ଟୋବର ୨ ତାରିଖ ଦିନଟିକୁ ସାରା ବିଶ୍ୱରେ ଅନ୍ତରାଷ୍ଟ୍ରୀୟ ଅହିଂସା ଦିବସ ଭାବରେ ପାଳନ କରାଯାଏ । ଏହିଦିନ ଭାରତର ସ୍ଵାଧୀନତା ଦିବସ ଓ ଗଣତନ୍ତ୍ର ଦିବସ ଭଳି ଜାତୀୟ ଦିବସ ଭାବରେ ପାଳନ କରାଯାଏ ।

ଗାନ୍ଧୀ ଜୟନ୍ତୀରେ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକ ରେ ବିଭିନ୍ନ ପ୍ରତିଯୋଗିତା ହୋଇଥାଏ । ମହାତ୍ମା ଗାନ୍ଧୀଙ୍କ ବିଚାରଧାରା ତାଙ୍କୁ ସାରା ବିଶ୍ବରେ ଗୋଟିଏ ସ୍ଵତନ୍ତ୍ର ସ୍ଥାନ ଦେଇ ପାରିଛି । ତାଙ୍କର ନିଜ ଜନ୍ମ ଭୂମି ପ୍ରତି ନିଷ୍ଠା, କାର୍ଯ୍ୟ ଓ ଉଦାର ମନୋଭାବକୁ ଦେଖି ସମସ୍ତେ ତାଙ୍କୁ ବାପୁ ନାମରେ ଡାକୁ ଥିଲେ । ଭାରତ ଯେତେବେଳେ ଇଂରେଜ ସରକାର ଅଧିନରେ ଥିଲା ସେତେବେଳେ ଗୋଟିଏ ଆଗ ଧାଡ଼ିର ଯୋଦ୍ଧା ଭଳି ଇଂରେଜ ସରକାର ବିରୋଦ୍ଧରେ ଲଢି ଥିଲେ । ଚଳିତ ବର୍ଷ ଅକ୍ଟୋବର ୨ ତାରିଖ ଦିନଟି ଭାରତରେ ୧୫୨ ତମ ଗାନ୍ଧୀ ଜୟନ୍ତୀ ପାଳନ କରାଯିବ ।

   Related Posts