ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ! ୟେଲୋ ଓ୍ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Published By : Prameya-News7 Bureau | July 19, 2021 IST

ଭୁବନେଶ୍ୱର, ୧୯|୦୭  :   ସୋମବାର ରାଜ୍ୟର ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ଅନ୍ୟ ଜିଲ୍ଲାଗୁଡିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।  ଏହିସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ଯେ ଆସନ୍ତା ୨୧ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟରେ ଧୀରେ ଧୀରେ ବର୍ଷା ବଢ଼ିବ । ସୋମବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି ।

ସେହପରି ଭଦ୍ରକ, ଯାଜପୁର, ବାଲେଶ୍ୱର, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଶ୍ରୀ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି ।

ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ଯେ, ସୋମବାର ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବ । ଯାହା ୨୧ ତାରିଖ ରାତିରୁ ବୃଦ୍ଧି ପାଇବ । ୨୨ ଓ ୨୩ ତାରିଖରେ ପ୍ରବଳ ବର୍ଷା ହେବ। ପୁଣି ୨୬ ତାରିଖରୁ ବର୍ଷା ବଢ଼ିବ। ଯାହା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.