ଖସୁଛି ପାରା, କମୁଛି ସଂକ୍ରମଣ : ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୬୫ ହଜାରରୁ ଅଧିକ ସଂକ୍ରମିତ, ୩୪୬୦ ମୃତ

Published By : Prameya-News7 Bureau | May 30, 2021 IST

ନୂଆଦିଲ୍ଲୀ ୩୦/୫ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୬୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୪୬୦ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୬୫ ହଜାର ୫୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୪୦୦ଟପିଛି । ୨୪ ଘଣ୍ଟା ମଧ୍ୟରେ ୩୪୬୦ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୭୮ଲକ୍ଷ ୯୪ ହଜାର ୮୦୦ରେ ପହଞ୍ଚିଛି ।

wp:html /wp:html

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୨୫ ହଜାର ୯୭୨ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୫୪ ଲକ୍ଷ ୫୪ ହଜାର ୩୨୦ରେ ପହଁଚିଛି । ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୧୧୪୫୦୮ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.