Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲିଫ୍ଟ ମାଗି ଯାଉଥିଲେ ଘରକୁ, ଦୁର୍ଘଟଣାରେ ମା’ପୁଅ ସମେତ ୪ ଜଣଙ୍କ ମୃତ୍ୟୁ
  • ||
  • ଦେଶରେ ତଳମୁହାଁ କରୋନା ଗ୍ରାଫ୍: ଓଡ଼ିଶାରେ ମଧ୍ୟ ହ୍ରାସ ପାଇଛି ସଂକ୍ରମଣ
  • ||
  • ସ୍କୁଲ ଫି’ ଛାଡ଼ ମାମଲା: ସପ୍ତାହେ ଭିତରେ ରିପୋର୍ଟ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ଦୁର୍ବଳ ହେଉଛି ଭାରତୀୟ ଆଖି
  • ||
  • ପୁରୀ : ସ୍ବର୍ଗଦ୍ବାରରୁ ହଟିଲା କଟକଣା, ଏଣିକି ଅନ୍ୟ ଜିଲ୍ଲାର ଶବ ହେବ ସତ୍କାର
  • ||
  • ଲଦାଖ: ଡେମଚୋକ୍‌ରେ ଭାରତୀୟ ସେନା ହାତରେ ଧରାପଡିଲେ ଚୀନ ସୈନିକ, ମିଳିଛି ଗୁରୁତ୍ଵପୂର୍ଣ୍ଣ ଦସ୍ତାବିଜ
  • ||
  • ଘରୋଇ କର୍ମଚାରୀଙ୍କ ପାଇଁ ବଡ ଖବର : ଦୀପାବଳି ପୂର୍ବରୁ ନୂଆ ପ୍ୟାକେଜ୍ ଘୋଷଣା କରିପାରନ୍ତି ସରକାର
  • ||
  • ଲୋକ ଭବନ ସମ୍ମୁଖରେ ଦୁଇ ଶିଶୁ ସହ ପତି-ପତ୍ନୀଙ୍କ ଆତ୍ମଦାହ ଉଦ୍ୟମ, ଉଦ୍ଧାର କଲା ପୋଲିସ
  • ||
  • ପୁଅ ଆସି ପଡୋଶୀଙ୍କୁ କହିଲା-ବାପା ଉଠୁନାହାନ୍ତି, ଦେଖିଲା ବେଳକୁ ଘରେ ପଡିଥିଲା ଦୁଇଟି ମୃତଦେହ
  • ||
  • ଗେହଲଟ୍ ସରକାରଙ୍କ ନିଷ୍ପତ୍ତି: ୧୩ ଅନ୍ତରାଷ୍ଟ୍ରୀୟ ଖେଳାଳିଙ୍କୁ ୨୫-୨୫ ଏକର ଜମି ଆବଣ୍ଟନ କରିବାକୁ ଘୋଷଣା
  • ||

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ : ରାତିରେ ଚନ୍ଦନ ଲାଗି ପରେ ବଡସିଂହାର ନୀତିବେଳେ ହେବ ବେଶ

6/02/2019 at 2:11 PM

ପୁରୀ୬|୨: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଦୁର୍ଲଭ ପଦ୍ମବେଶ ଅନୁଷ୍ଠିତ ହୋଇଛି। ପରମ୍ପରା ଅନୁଯାୟୀ ମାଘମାସ ଶୁକ୍ଳ ପକ୍ଷ ପ୍ରତିପଦା ଠାରୁ ବସନ୍ତ ପଞ୍ଚମୀ ମଧ୍ୟରେ ପଡ଼ୁଥିବା ବୁଧବାର କି ଶନିବାରରେ ମହାପ୍ରଭୁଙ୍କ ପଦ୍ମବେଶ ହୋଇଥାଏ। ସପ୍ତଦଶ ଶତାଦ୍ଦୀରେ ବଡ଼ଛତା ମଠର ସନ୍ଥ ରଘୁବର ଦାସ ଏହି ବେଶର ପ୍ରବର୍ତ୍ତକ।

ପ୍ରତିବର୍ଷ ସିଂହଦ୍ବାର ନିକଟରେ ଥିବା ବଡ଼ଛତା ମଠ ପକ୍ଷରୁ ଏହି ବେଶ ପାଇଁ ପ୍ରସ୍ତୁତି କରାଯିବା ସହ ସମସ୍ତ ଖର୍ଚ୍ଚ ବହନ କରାଯାଇଥାଏ। ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାତ୍ର ଚନ୍ଦନଲାଗି ପରେ ବଡ଼ସିଂହାର ନୀତିରେ ଏହି ବେଶ କରାଯାଇଥାଏ। ସୋଲ, ଜରି, କଦଳୀପାଟ, କନା, କଇଁଥ ଅଠା ଓ ରଙ୍ଗ ସାହାଯ୍ୟରେ ପଦ୍ମଫୁଲ ଓ କଢ଼ୀ କୁଶଳୀ ପାରମ୍ପରିକ କାରିଗରଙ୍କ ଦ୍ବାରା ପ୍ରସ୍ତୁତ ହୋଇଥାଏ। ଏହି ବେଶ ନିମନ୍ତେ ସୋଲରେ ନିର୍ମିତ ପଦ୍ମପାଖୁଡ଼ାର ୩ ଟି ମୁଖ ତିଆରି ହୁଏ।

ମନୋହର ଦାସ ନାମକ ସାଧୁ ବହୁ ଦୂରରୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବାକୁ ଶ୍ରୀକ୍ଷେତ୍ରକୁ ଆସିଥିବା ସମୟରେ ଶୀତଦିନରେ ଏକ ଜଳାଶୟ ଠାରେ ଅନେକ ପଦ୍ମ ଫୁଲ ଫୁଟିଥିବା ଦେଖି ଆଶ୍ଚର୍ଯ୍ୟାନ୍ବିତ ହୋଇଥିଲେ। ପଦ୍ମଫୁଲ ଗାମୁଛାରେ ଧରି ମହାପ୍ରଭୁଙ୍କ ଲାଗି ପାଇଁ ସେ ଉଦ୍ୟମ କରି ବିଫଳ ହେବାପରେ ମହାପ୍ରଭୁ ସ୍ବପ୍ନାଦେଶ ଦେଇ ପଦ୍ମବେଶରେ ଦର୍ଶନ ଦେଇଥିଲେ।

   Related Posts