Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ମୁଣ୍ଡଳୀ ବ୍ୟାରେଜରୁ ଡେଇଁ ଜଣେ ନିଖୋଜ, ବ୍ରିଜ୍ ଉପରେ ଅଛି ଗାଡି ଓ ମୋବାଇଲ୍
  • ||
  • ଖୋର୍ଦ୍ଧା : ଯୁବକକୁ ଖୋଜି ଆଣିବା ଦାବିରେ ଏସ୍‌ପି ଅଫିସ୍ ଘେରାଉ, ରବିବାରଠୁ ଗାଈ ଚରେଇବାକୁ ଯାଇ ଅଛନ୍ତି ନିଖୋଜ
  • ||
  • ଚାନ୍ଦବାଲି : ଖେଳୁଥିବା ବେଳେ ପୋଖରୀରେ ବୁଡିଗଲେ ଦେଢ ବର୍ଷର ଶିଶୁ କନ୍ୟା, ଡାକ୍ତରଖାନାରେ ମୃତ୍ୟୁ
  • ||
  • ଭୁବନେଶ୍ବର : ମମିତା ଘଟଣାରେ ରାଜଧାନୀ ହୁଲସ୍ତୁଲ, ଡିସିପି ଅଫିସ୍ ଘେରାଉ ବେଳେ ବିଜେପି କର୍ମୀ ଓ ପୋଲିସ ଧସ୍ତାଧସ୍ତି
  • ||
  • ନୟାଗଡ : ଗୁଣିଗାରେଡି ସନ୍ଦେହରେ ୫ ଜଣଙ୍କୁ ନିର୍ଯାତନା ଘଟଣା : ୫ ଜଣଙ୍କୁ ଗିରଫ କଲା ପୋଲିସ
  • ||
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଜଗତସିଂହପୁର : ଷ୍ଟାଡିୟମ୍ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବୁଧବାର ସନ୍ଧ୍ୟାରୁ ଥିଲେ ନିଖୋଜ
  • ||
  • କଳାହାଣ୍ଡି : ମମିତା ମେହେର ହତ୍ୟା ମାମଲାରେ କଂଗ୍ରେସର ଧାରଣା ୩ୟ ଦିନରେ, ମନ୍ତ୍ରୀ ଇସ୍ତଫା ନଦେଲେ ତୀବ୍ର ହେବ ଆନ୍ଦୋଳନ
  • ||
  • କଳାହାଣ୍ଡି : ଇନ୍ଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ, ଶହ ଶହ ହେକ୍ଟର ଧାନ ଚାଷ ନଷ୍ଟ ଆଶଙ୍କା
  • ||
  • ଢେଙ୍କାନାଳ : ଶୌଚ ହୋଇ ଫେରିବା ବେଳେ ବୃଦ୍ଧଙ୍କୁ କଚାଡିଦେଲା ଦନ୍ତା, ଡାକ୍ତରଖାନାରେ ଚାଲିଗଲା ଜୀବନ
  • ||

ଶ୍ରୀଜୀଉଙ୍କ ଅନବସରର ଆଜି ଦଶମୀ ତିଥୀ, ଚକା ବିଜେ କରିବେ ମହାବାହୁ

4/07/2021 at 9:16 AM

ପୁରୀ ୪/୭ : ୧୦୮ କୁମ୍ଭ ସୁବାଷିତ ଜଳରେ ଅତ୍ୟଧିକ ସ୍ନାନ ପରେ ଜ୍ଜରରେ ପୀଡ଼ିତ ଚତୁର୍ଦ୍ଦାବିଗ୍ରହଙ୍କର ସୁସ୍ଥତା ପାଇଁ ଚାଲିଛି ଗୁପ୍ତ ଉପଚାର । ଆଜି ଅନଵସରର ଦଶମୀ ତିଥିରେ ଚକାବିଜେ କରିବେ ମହାବାହୁ । ସେପଟେ ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ହେଉଛି ଦଶମୂଳ ମୋଦକ । ତ୍ରୟୋଦଶ ଶତାଦ୍ଧୀରେ ଦ୍ୱିତୀୟ ଅନଙ୍ଗଭୀମ ଦେବଙ୍କ ସମୟରେ ବୈଦ୍ୟ ଓ ଶାସ୍ତ୍ର ବୈଦ୍ୟ ସେବା ସ୍ଥାପିତ ହୋଇଥିଲା ।

ଅନବସର ଦଶମୀ ସଂନ୍ଧ୍ୟାରେ ଦଶମୂଳ ମୋଦକ ଶ୍ରୀମନ୍ଦିର ଗାରଦରେ ଦାଖଲ ହେବ । ପରେ ଏକାଦଶୀ ଦିନ ଅନ୍ୟ ଭୋଗ ସହ ମହାପ୍ରଭୁଙ୍କୁ ଏହା ଏହା ଲାଗି ହେବ । ଶ୍ରୀବିଗ୍ରହଙ୍କ ଗୁପ୍ତ ସେବାରେ ଫୁଲୁରି ତେଲ, ଦଶମୂଳ ଔଷଧ ଓ ଅନ୍ୟାନ୍ୟ ଉପଚାର ପରେ ପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହୋଇ ନବଯୌବନ ଦର୍ଶନ ଦିନ ଭକ୍ତଙ୍କୁ ଦର୍ଶନ ଦେବେ । ତେବେ କୋଭିଡ କଟକଣା ଯୋଗୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ ।

   Related Posts