Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ସୁସ୍ଥ ହେଉଛନ୍ତି ମହାବାହୁ, ଆଜି ଚତୁର୍ଦ୍ଧାମୁରତୀଙ୍କୁ ଲାଗି ହେବ ଦଶମୂଳ ମୋଦକ

5/07/2021 at 8:36 AM

ପୁରୀ ୫/୭ : ଧୀରେ ଧୀରେ ସୁସ୍ଥ ହେଉଛନ୍ତି ମହାବାହୁ । ଆଜି ଅନଵସରର ଏକାଦଶୀ ତିଥିରେ ଶ୍ରୀଜୀଉଙ୍କ ଲାଗି ହେବ ଦଶମୂଳ ମୋଦକ । ଗତାକାଲି ଚକାବିଜେ କରିଥିଲେ ମହାବାହୁ । ଆଜି ଲାଗି ହେବ ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ମୋଦକ । ଏହି ସେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ୮ ଜଣ ବୈଦ୍ୟଙ୍କୁ ନିୟୋଜିତ କରିଛନ୍ତି । ଏକାଦଶୀ ତିଥିରେ ମହାପ୍ରଭୁଙ୍କ ସର୍ବାଙ୍ଗ ପରେ ମୋଦକାଦି ଔଷଧି ଲାଗି କରାଯିବ ।

ତ୍ରୟୋଦଶ ଶତାଦ୍ଧୀରେ ଦ୍ୱିତୀୟ ଅନଙ୍ଗଭୀମ ଦେବଙ୍କ ସମୟରେ ବୈଦ୍ୟ ଓ ଶାସ୍ତ୍ର ବୈଦ୍ୟ ସେବା ସ୍ଥାପିତ ହୋଇଥିଲା । ଗତକାଲି ବିଳମ୍ୱିତ ରାତିରେ ମହାପ୍ରଭୁ ସୁସ୍ଥ ହୋଇ ଚକା ଉପରେ ବିଜେ ହୋଇଛନ୍ତି । ଅଣସର ବାସର ଚକା ବିଜେ ବିଧିକୁ ଅତି ଗୋପନୀୟତାର ସହ ସମ୍ପନ୍ନ କରିଥିଲେ ଦଇତାପତି ସେବାୟତ । ଦଇତାପତି ସେବକ କହିଛନ୍ତି ଓଷ ଲାଗି ପରେ ମହାପ୍ରଭୁ ସୁସ୍ଥ ହୋଇଛନ୍ତି ।

ସୁସ୍ଥ ହେବା ପରେ ରବିବାର ରାତିରେ ମହାପ୍ରଭୁ ଚକା ବିଜେ ହୋଇ ବସିଛନ୍ତି । ଦ୍ୱାଦଶୀ ତିଥିରେ ରାଜପ୍ରସାଦ ବିଜେ ନୀତି ସମ୍ପାଦନ କରାଯିବାକୁ ଗୋପନ ନୀତିର ପରମ୍ପରା ଚଳି ଆସୁଛି । ଏହି ପର୍ଯ୍ୟାୟରେ ସୁଦ୍ଧ ସୁଆରଙ୍କ ବାସଭବନରୁ ଶ୍ରୀମନ୍ଦିରକୁ ଖଳି ବିଜେ ହେବ । ଏହା ପରେ ପରେ ପ୍ରଭୁଙ୍କ ଶ୍ରୀମୁଖ ସିଙ୍ଗାର ସେବକ ଦତ୍ତମହାପାତ୍ର ସେବାରେ ହାଜର ହେବେ ।

ଏହି ସବୁ ଉପଚାର ପରେ ଶ୍ରୀବିଗ୍ରହଙ୍କ ନବଯୌବନ ପ୍ରାପ୍ତି ଓ ନେତ୍ରୋତ୍ସବ ନୀତିର ବିଧି ପାଳନ ହେବ । ଶ୍ରୀବିଗ୍ରହଙ୍କ ଗୁପ୍ତ ସେବାରେ ଫୁଲୁରି ତେଲ, ଦଶମୂଳ ଔଷଧ ଓ ଅନ୍ୟାନ୍ୟ ଉପଚାର ପରେ ପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହୋଇ ନବଯୌବନ ଦର୍ଶନ ଦିନ ଭକ୍ତଙ୍କୁ ଦର୍ଶନ ଦେବେ । ତେବେ କୋଭିଡ କଟକଣା ଯୋଗୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ ।

   Related Posts