Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଆଜି ମହାପ୍ରଭୁଙ୍କ ବିବାହ ମହୋତ୍ସବ, ମା’ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ଋକ୍ମିଣୀ

21/06/2021 at 8:41 AM

ପୁରୀ, ୨୧/୦୬:  ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ । ମା’ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ଋକ୍ମିଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ । ଜ୍ୟେଷ୍ଠମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ୠକ୍ମିଣୀ ହରଣ ଏକାଦଶୀ ବିଧି । ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ ।

ଶିଶୁପାଳ ରୁକ୍ମିଣୀଙ୍କୁ ବିବାହ କରିବାକୁ ଚାହୁଁଥିବା ଜାଣିପାରି ତାଙ୍କୁ ବାଟରୁ ହରଣ କରିନେବାକୁ ଦେବୀ ଗୁପ୍ତରେ ଶ୍ରୀକୃଷ୍ଣଙ୍କୁ ଚିଠି ଲେଖି ଜଣାଇଥିଲେ । ଯୋଜନା ମୁତାବକ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମିଣୀରୂପୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ । ବାଟରେ ଶିଶୁପାଳ ପ୍ରତିରୋଧ କରିବେ । ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ । ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ । ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ଅନୁଷ୍ଠିତ ହେବ ।

   Related Posts