Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ରାଜ୍ୟରେ ଚିହ୍ନଟ ହେଲେ ୧୫୪୭ କରୋନା ସଂକ୍ରମିତ, ୨୮୮୬୪୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

30/10/2020 at 11:50 AM

ଭୁବନେଶ୍ବର ୩୦।୧୦: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୫୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୮୬୪୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୫୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୫ଜଣ, ବାଲେଶ୍ୱର ଜିଲ୍ଲାରୁ ୭୯ଜଣ, ବରଗଡ଼ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୯ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୪ଜଣ, ଜଗତସିଂହପୁର ଜିଲ୍ଲାରୁ ୮୯ଜଣ, ଯାଜପୁର ଜିଲ୍ଲାରୁ ୭୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୨୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୧ଜଣ, କେନ୍ଦୁଝର ଜିଲ୍ଲାରୁ ୭୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୯ଜଣ, କୋରାପୁଟ ଜିଲ୍ଲାରୁ ୩୭ଜଣ, ମାଲକାନଗିରି ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୦ଜଣ, ନୟାଗଡ଼ ଜିଲ୍ଲାରୁ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୫୯ଜଣ, ପୁରୀ ଜିଲ୍ଲାରୁ ୫୯ଜଣ, ରାୟଗଡ଼ା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୮ଜଣ, ଷ୍ଟେଟ ପୁଲ୍‌ରୁ ୩୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୮୬୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୨୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୨୦୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୫୦୮୦୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts