Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

କମୁଛି ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୮୩୯୯ କରୋନା ସଂକ୍ରମିତ

2/06/2021 at 9:01 AM

ଭୁବନେଶ୍ୱର ୦୨।୦୬ : ଜୁନ ଆଣିଦେଉଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮୨୧୩୧ ରେ ପହଞ୍ଚିଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୪୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୫୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୬୮, ବାଲେଶ୍ୱରରୁ ୨୪୦, ଭଦ୍ରକରୁ ୧୪୭, ବଲାଙ୍ଗୀରରୁ ୧୧୬, ବୌଦ୍ଧରୁ ୧୬୬, 7. କଟକରୁ ୭୬୬, ଦେବଗଡରୁ ୮୧, ଢେଙ୍କାନାଳରୁ ୪୫୧, ହଜପତିରୁ ୮୦, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୨୬୯, ଯାୟପୁରରୁ ୫୧୪, ଝାରସୁଗୁଡାରୁ ୫୩, କଳାହାଣ୍ଡିରୁ ୧୯୦, କନ୍ଧମାଳରୁ ୯୫, କେନ୍ଦ୍ରାପଡାରୁ ୨୧୦, କେନ୍ଦୁଝରରୁ ୧୮୬, ଖୋର୍ଦ୍ଧାରୁ ୧୧୦୨, କୋରାପୁଟରୁ ୧୭୮, ମାଲକାନଗିରିରୁ ୧୨୮, ମୟରୁଭଞ୍ଜରୁ ୪୫୮, ନବରଙ୍ଗପୁରରୁ ୨୦୦, ନୟାଗଡରୁ ୨୨୩, ନୂଆପାଡରୁ ୩୪, ପୁରୀରୁ ୪୭୫, ରାୟଗଡାରୁ ୨୯୨, ସମ୍ୱଲପୁରରୁ ୧୯୧, ସୋନପୁରରୁ ୧୪୩, ସୁନ୍ଦରଗଡରୁ ୪୭୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୮୨୧୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୭୨୨୦୮୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୯୨୦୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୯୦୨୦୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts