ଅଗଷ୍ଟ ୭ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | August 07, 2020 IST

ମେଷ – ଶ୍ରମ ସାର୍ଥକ ହେବ । ପରମ ଭାଗ୍ୟଶାଳୀ ହେବେ । ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ପତ୍ନୀଙ୍କ ସୁଖ ଅନୁଭବ କରିପାରନ୍ତି । ମିତ୍ର ସୁଖ ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ବୃଦ୍ଧିର ସୂଚନା ମିଳୁଛି । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ମୋକଦ୍ଦମା ଖର୍ଚ୍ଚ ମିଳିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ମିଥୁନ – କାର୍ଯ୍ୟରେ ଅସ୍ଥିରତା ଲାଗି ରହିବ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । କର୍ମ ଚଞ୍ଚଳ ରହିବେ । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । କର୍ମ ଚଞ୍ଚଳ ରହିବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ସିଂହ – ସୁଖ-ସମୃଦ୍ଧିର ମୂଳଦୁଆ ପକାଇ ପାରନ୍ତି । କୁଳ ପ୍ରଦୀପ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ପରିବାର ପ୍ରତି ସଦିଚ୍ଛା ଭାବ ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଭୋଗ-ବିଳାସରେ ଦିନ ବିତିପାରେ । ସାହସୀ ଓ ସମ୍ପତ୍ତିବାନ୍ ହେବେ । ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ତୁଳା – ଅସୁସ୍ଥତା ସାମାନ୍ୟ ହେଲେ ବି ବିଶ୍ରାମ ଗ୍ରହଣ କରିବାକୁ ଇଚ୍ଛାପ୍ରକାଶ କରିପାରନ୍ତି । ସ୍ୱାଭିମାନୀ ହେବେ । ସହ-ଯୋଗୀ ବ୍ୟବସାୟରୁ ଲାଭ ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖୀ ହେବେ ।

ବିଛା – ଶୁଭ କାର୍ଯ୍ୟରେ ମନ ରହିବ । ବ୍ୟବସାୟ ଲାଭଜନକ ହେବ । ମନରେ ସେବା ଭାବ ଜାଗ୍ରତ ହୋଇପାରେ । ସ୍ୱକାର୍ଯ୍ୟର ସ୍ୱଚ୍ଛତା ପାଇଁ ଗର୍ବିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ଧନୁ – ଆମୋଦ-ପ୍ରମୋଦରେ କିଛି ସମୟ କଟାଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଶ୍ରଦ୍ଧା ଭାଜନ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମକର – ଭୋଗ-ବିଳାସ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ବିଦ୍ୟାପ୍ରତି ଆଗ୍ରହୀ ହେବେ । ବିଭିନ୍ନ ଦିଗରୁ ଅର୍ଥ ଆସିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କୁମ୍ଭ – କେହି ଆପଣଙ୍କୁ ପ୍ରତାରିତ କରିବାକୁ ଉଦ୍ୟମ କରି ବିଫଳ ହେବେ । ଉଦାର ସ୍ୱଭାବର ହେବେ । ଦାନ-ଧର୍ମକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମୀନ – ବିବାଦରେ ବିଜୟୀ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବ ହେବେ । ମଧୁରଭାଷୀ ହୋଇପାରନ୍ତି । ପ୍ରେମୀ ଓ ସାହସୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ଞ୍ଜ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.