ଜୁଲାଇ ୧୦ ତାରିଖ, ଶୁକ୍ରବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | July 10, 2020 IST

ମେଷ – ଆଜି ଲାଭଭାବସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ପାରିବାରିକ ସ୍ଥିତି ଠିକ୍ ରଖିବ ନାହିଁ । କୌଣସି କଥାକୁ ଠିକ୍ ଭାବରେ ନ ବୁଝି ଅଯଥା ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ବୃଷ – ଦ୍ୱାଦଶାଧିପତି ରାଶିସ୍ଥ ହେତୁ ଆପଣଙ୍କୁ ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡିପାରେ । ପଡୋଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି ସଫଳତା ପାଇପାରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।

ମିଥୁନ – ପାପଗ୍ରହଯୁକ୍ତ ରାଶି ଶାରୀରିକ ଅସୁସ୍ଥତାର କାରଣ ହୋଇପାରେ । ନୂତନ ଯାନବାହନ କ୍ରୟ କରିବା କିମ୍ବା ଗୃହସଜ୍ଜା ପ୍ରତି ଆଗ୍ରହ ବଢିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।

କର୍କଟ – ବ୍ୟୟାଧିପ ସପ୍ତମସ୍ଥ ଯୋଗୁ ବାଣିଜ୍ୟ, ବ୍ୟବସାୟରେ ଶେୟାର ବଜାରରେ ପୁଞ୍ଜିଲଗାଣ ଶୁଭପ୍ରଦ ହେବ । ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

ସିଂହ – କର୍ମାଧିପ ଭାଗ୍ୟସ୍ଥ ଯୋଗୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ପିଲାମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

କନ୍ୟା – ଶୁକ୍ରଙ୍କ ଶୁଭ ସଂସ୍ଥାନରୁ ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ବିଭିନ୍ନ ସମସ୍ୟା ମଧ୍ୟରେ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ତୁଳା – ଆଜିର ଫେରନ୍ତା ବାଟରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଉପର ଅଧିକାରୀଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ବିଛା – ଚନ୍ଦ୍ରଙ୍କ ପ୍ରଭାବରୁ ପାରିବାରିକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

ଧନୁ – ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆକସ୍ମିକ ଭାବରେ ଆମୋଦ-ପ୍ରମୋଦର ମଉକା ଜୁଟିବ । ମଙ୍ଗଳ ଜନିତ ପାଖ ପଡୋଶୀଙ୍କ ସହ-ଯୋଗରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

ମକର – ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ ଉଦ୍ୟମ ବିଫଳ ହେବ ନାହିଁ । କୌଣସି ମୂଲ୍ୟବାନ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।

କୁମ୍ଭ – ଚତୁର୍ଥସ୍ଥ ଶୁକ୍ର ଜନିତ ବନ୍ଧୁମାନଙ୍କ ସହାୟତାରେ ବଜେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ରିସ୍କ ପଦକ୍ଷେପ ଗ୍ରହଣ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।

ମୀନ – ପରିସ୍ଥିତି ବିଡମ୍ବନା କାରଣରୁ ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବେ । ବାରମ୍ବାର ଅସଫଳ ହେବା କାରଣରୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.