ଜୁଲାଇ ୩୧ ତାରିଖ, ଶୁକ୍ରବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | July 31, 2020 IST

ମେଷ – ପାରିବାରିକ ସମସ୍ୟା, ପରିବହନରେ ଝଗଡା ଯାତ୍ରାରେ କଳହର ଆଶଙ୍କାକୁ ଏଡିହେବ ନାହିଁ । ଅବଶ୍ୟ କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଅପେକ୍ଷାକରି ରହିଥିବା ଖବର ପାଇ ମନ ଖୁସି ହୋଇଯାଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ସପ୍ତମଭାବସ୍ଥ ଚନ୍ଦ୍ରଙ୍କ ପ୍ରଭାବରୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ, କିନ୍ତୁ ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ – ବିିଭିନ୍ନ ପ୍ରକାର କାର୍ଯ୍ୟବ୍ୟସ୍ତତା କାରଣରୁ ଦୈହିକ ଓ ମାନସିକ ସୁସ୍ଥତା ହରାଇବେ । ଚନ୍ଦ୍ରଙ୍କ ଦୁର୍ବଳତା ଅର୍ଥସଂକଟ,ଋଣ ପରିଶୋଧ, ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ପାଇଁ ଚିନ୍ତିତ କରାଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
ଚାଷୀ- କୃଷି କର୍ମକାରୀ ହେବେ ।

ର୍କକଟ – ଆଧ୍ୟାତ୍ମିକ ଗ୍ରହ ଶନିଙ୍କ ଦୃଷ୍ଟି ରେ ମନକାରକ ଚନ୍ଦ୍ର ଭଗବତ୍‌ଚିନ୍ତନ ଦିଗକୁ ଅଗ୍ରସର କରାଇବ । କର୍ମକ୍ଷେତ୍ରରେ ସାମୟିକ ଅସୁସ୍ଥତାବଶତଃ କେତେକ କାମ ସ୍ଥଗିତ ରହିଯାଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦେଶ ଯାତ୍ରା ବନ୍ଦ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ସିଂହ – ପରିସ୍ଥିତିବଶତଃ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଅବହେଳା କରିପାରନ୍ତି । କେତେକ ଗୁରୁତ୍ୱପୂର୍ଣ୍ଣ କାମ ହାସଲ ସକାଶେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ସମ୍ମାନ ମିଳିବ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା – ପରିବାରରେ ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଚନ୍ଦ୍ରଙ୍କ ସ୍ଥିତି ଜନିତ ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇଦେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ସକାଳୁ ସକାଳୁ ଶୁଭ ଖବର ପାଇ ମନ ଏକ ପ୍ରକାର ଖୁସି ହୋଇଯିବ । କିନ୍ତୁ ଦୁର୍ବଳ କର୍ମାଧିପ କାରଣରୁ ସବୁ କାମ ବହୁ ଡେରିରେ ହେଉଥିବାରୁ ମନଟା ଭଲ ଲାଗିବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଶତ୍ରୁହନ୍ତା ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।

ବିଛା – ଶନି ନକ୍ଷତ୍ରସ୍ଥ ବଳହୀନ ଚନ୍ଦ୍ରଙ୍କ କାରଣରୁ ବିଭିନ୍ନ୍ ପ୍ରକାର ଦୁର୍ଭାବନାରେ ମନ ବିଚଳିତ ରହିବ । ମାତ୍ର ପ୍ରଶାସନ, ରାଜନୀତିି, ଯାତ୍ରା ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଶତ୍ରୁହନ୍ତା ହେବେ ।
ଗୃହିଣୀ- ଉଦାର ପ୍ରକୃତିର ହେବେ ।

ଧନୁ – ପରିବାରର ଖର୍ଚ୍ଚ ପରିମାଣ ବଢିଯିବା କାରଣରୁ ମାନସିକ ସ୍ଥିତି ବିଗିଡି ଯାଇପାରେ । ବକ୍ରୀ ତୃତୀୟାଧିପଙ୍କ ଯୋଗୁ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ବନ୍ଧୁ ଭୁଲ୍ ବୁଝିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଆଦର୍ଶ ବ୍ୟକ୍ତିତ୍ୱ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ଆତ୍ମୀୟଙ୍କ ନିକଟକୁ ସକାଳୁ ସକାଳୁ କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ । ବନ୍ଧୁଙ୍କ ଗୁଣ, ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ବଦଖର୍ଚ୍ଚୀ ହୋଇପାରନ୍ତି ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପରକୁ ଆପଣାର କରିବେ ।

କୁମ୍ଭ – କେନ୍ଦ୍ରସ୍ଥ ଶୁକ୍ରଙ୍କ ଯୋଗୁ କର୍ମକ୍ଷେତ୍ର, ପରିବାର, ଯାନବାହନ,ବନ୍ଧୁ ସମ୍ପର୍କ ଦୃଢୀଭୂତ ହେବ । ବିନା ଆହ୍ୱାନରେ ଅନ୍ୟମାନଙ୍କ ସକାଶେ ଭଲ କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବିବାଦ ବଢିବ । ଅଧସ୍ତନ କର୍ମଚାରୀଙ୍କୁ ଅସହ୍ୟ ବଟୁକଥା ପ୍ରୟୋଗ କରି ଅପମାନିତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କର୍ମ ଚଞ୍ଚଳ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.