Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ରତ୍ନବେଦୀରୁ ଜନ୍ମବେଦୀକୁ ଯିବେ ମହାବାହୁ

12/07/2021 at 7:12 AM

ପୁରୀ, ୧୨/୦୭: ସୋମବାର ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଏଥିପାଇଁ ରଥ, ପଥ ସବୁ ପ୍ରସ୍ତୁତ । ରବିବାର ତିନିରଥରେ ଆଜ୍ଞାମାଳ ବିଜେ  ହୋଇଥିଲା । ଶ୍ରୀମନ୍ଦିର ସିଂହଦ୍ବାର ସମ୍ମୁଖରେ ତାଳଧ୍ବଜ, ନନ୍ଦିଘୋଷ ଏବଂ ଦେବଦଳନ ରଥ ପହଁଚିଥିଲା। ସୋମବାର ଆଷାଢ ଶୁକ୍ଳ ଦ୍ବିତୀୟା ତିଥିରେ ରଥରେ ବସି ଘୋଷଯାତ୍ରା କରିବେ ଚତୁର୍ଦ୍ଧାମୂର୍ତ୍ତି।

ଶନିବାର ତିନି ରଥରେ କନା ପକାଯିବା ସହ ପିତ୍ତଳସାଜ ଲଗାଯାଇଛି। ସୋମବାର ସକାଳ ୮ଟା ୩୦ରେ ଶ୍ରୀଜୀଉଙ୍କ ପହଣ୍ଡି ଆରମ୍ଭ ହୋଇ ଦିନ ୧୧ଟା ୩୦ ସୁଦ୍ଧା ଶେଷହେବ। ଏହା ପରେ ରଥରେ ବିଜେ କରିବେ ମଦନମୋହନ। ଶ୍ରୀଜୀଉଙ୍କୁ ଚିତାଲାଗି ଏବଂ ବେଶ କରାଯିବ। ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବ ଦିନ ୧୨ଟା ୪୫ରୁ ୨ଟା ମଧ୍ୟରେ ରଥ ଉପରେ ଛେରାପହଁରା କରିବେ। ଅପରାହ୍ଣ ୩ଟାରୁ ରଥଟଣା ଆରମ୍ଭ କରାଯିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସମୟାନୁବର୍ତ୍ତୀ କରିବା ପାଇଁ ଉଦ୍ୟମ ଚଳାଇଛନ୍ତି ରାଜ୍ୟ ସରକାର।

ଶୃଙ୍ଖଳିତ ରଥଯାତ୍ରା ପାଇଁ ପୁଲିସ ଛାଉଣିରେ ପରିଣତ ହୋଇଛି ସମଗ୍ର ପୁରୀ ସହର। ୬୫ପ୍ଲାଟୁନ ପୁଲିସ ଫୋର୍ସଙ୍କୁ ବିଭିନ୍ନ ସ୍ଥାନରେ ନିୟୋଜିତ କରାଯାଇଛି। ବଡ଼ଦାଣ୍ଡକୁ ସଂଯୋଗ କରୁଥିବା ସବୁ ସାହିଗଳି ପ୍ରବେଶ ପଥରେ କାଠ ବ୍ୟାରିକେଡ୍ କରାଯାଇଛି। ଶ୍ରୀଗୁଣ୍ଡିଚା ଯାତ୍ରା ଦିନ କୌଣସି ଅନଧିକୃତ ବ୍ୟକ୍ତିଙ୍କୁ ବଡ଼ଦାଣ୍ଡକୁ ଯିବାପାଇଁ ଅନୁମତି ଦିଆଯିବ ନାହିଁ। ରଥଯାତ୍ରା ପାଇଁ ପୁରୀ ସହରରେ ୪୮ ଘଣ୍ଟିଆ କର୍ଫ୍ୟୁ ଲାଗିବାକୁ ଯାଉଛି। ରବିବାର ରାତି ୮ଟାରୁ ୧୩ ତାରିଖ ରାତି ୮ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବଡ଼ଦାଣ୍ଡର ସମସ୍ତ ଦୋକାନବଜାର ବନ୍ଦ ରହିବ। ଏପରିକି ଔଷଧ ଦୋକାନ ଖୋଲିବା ଉପରେ ମଧ୍ୟ ପ୍ରଶାସନ ରୋକ୍ ଲଗାଇଛି।  

   Related Posts