Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ଆଜି ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସହ ଆଲୋଚନା କରିବେ ଉଚ୍ଚଶିକ୍ଷା ମନ୍ତ୍ରୀ, ୟୁଜି ଓ ପିଜି ପାଠପଢା ନେଇ ନିଆଯିବ ନିଷ୍ପତ୍ତି

12/06/2021 at 8:33 AM

ଭୁବନେଶ୍ୱର,୧୨/୦୬: କରୋନା ମହାମାରୀ ଯୋଗୁଁ ସ୍କୁଲଠୁ ଆରମ୍ଭ କରି କଲେଜ ଓ ବିଶ୍ୱବିଦ୍ୟାଳୟଗୁଡିକର ପାଠପଢ଼ା ବନ୍ଦ ରହିଛି । କାଁ ଭାଁ କିଛି ଶିକ୍ଷାନୁଷ୍ଠାନରେ ଅନଲାଇନ୍‌ କ୍ଲାସ୍‌ ହେଉଛି । ଅଧିକାଂଶ କଲେଜ ଓ ବିଶ୍ୱବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି ପରେ ସାବିତ୍ରୀ ଓ ରଜ ଛୁଟି ଆଳ କରି ବହୁ ଶିକ୍ଷକ ଶିକ୍ଷୟିତ୍ରୀ ଅନଲାଇନ୍‌ କ୍ଲାସ୍‌ ନେବା ମଧ୍ୟ ବନ୍ଦ କରି ଦେଇଛନ୍ତି । ତେବେ କରୋନା ଭଳି ଉଦବେଗଜନକ ପରିସ୍ଥିତି ମଧ୍ୟରେ କିଭଳି ପାଠପଢ଼ା ଜାରି ରହିବ, ସେ ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଯୋଜନା ପ୍ରସ୍ତୁତ କରୁଛି ।

ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର (ପିଜି)ର ନାମଲେଖା, ପାଠପଢା ଓ ପରୀକ୍ଷା ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ରାଜ୍ୟର ସମସ୍ତ ବଶ୍ୱବିଦ୍ୟାଳୟ କୁଳପତିମାନଙ୍କ ବୈଠକ ହେବ । ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏହି ବୈଠକରେ ଅଧ୍ୟକ୍ଷତା କରିବେ । ଲକ୍‌ ଡାଉନ ବେଳେ ପାଠପଢ଼ା ସହିତ ୟୁଜି/ପିଜି ପରୀକ୍ଷା ନେଇ କୁଳପତିମାନଙ୍କ ମତାମତ ନିଆଯିବ ।

ସେହିପରି ଯୁକ୍ତ ଦୁଇ ଫଳ ବାହାରିବା ପରେ କିଭଳି ସୁରୁଖୁରୁ ଭାବେ ଯୁକ୍ତ ତିନି ନାମଲେଖା ଆରମ୍ଭ ହେବ । ଏ ସମ୍ପର୍କରେ ମଧ୍ୟ ସମସ୍ତ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କ ସହ ବୈଠକ ହେବ । ପରୀକ୍ଷା ନେଇ ଉଭୟ କଲେଜ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷମାନଙ୍କ ମତ ନିଆଯିବ । ଏହାପରେ ବିଭାଗ ପରୀକ୍ଷା ନେଇ ଚୂଡାନ୍ତ ନିଷ୍ପତ୍ତି ନେବ । ତେବେ କୋଭିଡ୍‌ ପାଇଁ ଭର୍ଚୁଆଲ୍‌ ମିଟିଂରେ ଆଲୋଚନା କରାଯିବ ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି ।

   Related Posts