ଦେଶରେ କମୁଛି ଗ୍ରାଫ୍, ମୃତ୍ୟୁରେ ଲାଗୁନି ବ୍ରେକ୍ : ଦୈନିକ ମୃତ୍ୟୁ ସଂଖ୍ୟାରେ ରେକର୍ଡ, ୨ଲକ୍ଷ ୬୭ ହଜାରରୁ ଅଧିକ ନୂଆ ସଂକ୍ରମିତ

Published By : Prameya-News7 Bureau | May 19, 2021 IST

ନୂଆଦିଲ୍ଲୀ ୧୯/୫ : ଦେଶରେ କରୋନା ସଂକ୍ରମଣ କମୁଛି ସତ । ହେଲେ ମୃତ୍ୟୁରେ ଲାଗପାରୁନି ବ୍ରେକ୍ । ଦୈନିକ ସଂକ୍ରମଣ ୩ ଲକ୍ଷ ତଳକୁ ଖସିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୬୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫୨୯ ଜଣଙ୍କ ମୃତ୍ୟୁ ହୋଇଛି । ଯାହାକି ସର୍ବାଧିକ ।


ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୬୭ ହଜାର ୩୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୫୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୪୫୨୯ ଜଣଙ୍କ ଜୀବନ ନେଇଛି ମହାମାରୀ । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୫୪ ଲକ୍ଷ ୯୬ ହଜାର ୩୩୦ରେ ପହଞ୍ଚିଛି।

wp:html /wp:html

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୨ ଲକ୍ଷ ୮୩ ହଜାର ୨୪୮ରେ ପହଞ୍ଚିଛି । ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୧୯ ଲକ୍ଷ ୮୬ ହଜାର ୩୬୩ ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୩୨୨୬୭୧୯।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.