ଜାନୁଆରୀ ୨୮ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | January 28, 2022 IST

ମେଷ – ଆଜି କୌଣସି ବନ୍ଧୁଙ୍କୁ ଦେଖିବା ପାଇଁ ମନ ଛଟପଟ ହେବ । କର୍ମକ୍ଷେତ୍ରରେ ଲଘୁକ୍ରୋଧ ଓ କଠୋର ବାକ୍ୟାଳାପରୁ ହାତ ମୁଠାରୁ ସୁଯୋଗ ଖସିଯିବ । ଶୁଭ ରଙ୍ଗ ଧଳା। ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ପାରିବାରିକ ଅସ୍ଥିରତା ଲାଗିରହିବା କାରଣରୁ ମନରେ ସରସତା ରହିବ ନାହିଁ । ବିଶେଷ ପରିଶ୍ରମ ଓ ଅନିଦ୍ରାଜନିତ ସ୍ନାୟବିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ – ଅନ୍ୟମାନଙ୍କ ସହ ସମ୍ପର୍କ ସ୍ଥାପନକୁ ପରିବାରରେ ବିରୋଧାଭାସ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗିତା ହେତୁ ମାନସିକ ସ୍ଥିତି ଠିକ୍ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

 କର୍ମଜୀବି- ସହଯୋଗ ମିଳିବ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ – ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଅର୍ଥାଭାବ ହେବ । ପରକୁ ବିଶ୍ୱାସ କରି ନିଜ ଲୋକଙ୍କୁ ସନ୍ଦେହ କରିପାରନ୍ତି । ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।

 ଚାଷୀ- ଶ୍ରମ ସାର୍ଥକ ହେବ ।

 ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

 ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ – ଆଜି କର୍ମାରମ୍ଭ ସକାଶେ ସହ ଆଲୋଚନା କରିବେ । ପଛକଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କଲେ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।

 ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

 ରୋଗୀ- ସତର୍କତାର ଦିନ ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

 ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ପରିବାର ଓ କର୍ମକ୍ଷେତ୍ରର ଅସଜଡା କାମକୁ ଆଜି ହିଁ ସଜାଡି ନେବା ପାଇଁ ଚେଷ୍ଟା କରିବେ । ଅର୍ଥ ସଂଗ୍ରହରେ ତତ୍ପରତା ପ୍ରକାଶ କରି ସଫଳତା ପାଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ଚକ୍ଷୁ ପୀଡା ହେବ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

 ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ତୁଳା – କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ହେଁ ଯୁକ୍ତି ଯୁକ୍ତ କହି କାମ ହାସଲ କରିବେ । ଦୀର୍ଘ ଦିନରୁ କୌଣସି ଦ୍ରବ୍ୟ ଲାବରୁ ଖୁସୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

 ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

 ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

 ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ନିର୍ଦ୍ଦିଷ୍ଟ ସମୟରେ କାମଟି ପୂର୍ଣ୍ଣାଙ୍କ ନ ହେଲେ ମଧ୍ୟ କିଛି ଅଂଶରେ ଆଗକୁ ବଢି ଚାଲିବ । ପୁଅର ସ୍ୱାସ୍ଥ୍ୟ ସେତେଟା ଭଲ ରହୁ ନ ଥିବା କାରଣରୁ ଚିନ୍ତିତ ରହିବେ ।  ଶୁଭ ଅଙ୍କ ଧଳା । ଶୁଭ ଅଙ୍କ ୮ ।

 ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

 ରୋଗୀ- ସତର୍କତାର ଦିନ ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

 କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

 ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

 ଗୃହିଣୀ- ଧାର୍ମିକ ହେବେ ।

ଧନୁ – ବନ୍ଧୁଙ୍କ ପରାମର୍ଶରେ ନୂଆ କାମ ହାତକୁ ନେବେ । ଏଣେ ଅଫିସ୍ କାମରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ବିଭିନ୍ନ ଯୋଜନାର ପରିକଳ୍ପନା କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।

 ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

 ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।

 କର୍ମଜୀବି- ପ୍ରମୋସନ୍ ମିଳିବ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଆଜି ଖର୍ଚ୍ଚ ପରିମାଣ ବଢିଯିବ । ଦାମ୍ପତ୍ୟ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 କର୍ମଜୀବି- କରତ୍‌କର୍ମା ହେବେ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ  –  ପଦସ୍ଥବ୍ୟକ୍ତିଙ୍କ ସହାୟତାରେ ଅଭିଳାଷ ସମୟାନ୍ତରେ ପୂରଣ ହୋଇଯିବ । ଆଜି ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

 ଚାଷୀ- ଉତ୍ତମ ଫଳ ପାଇବେ ।

 ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

 ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ଅର୍ଥ ଲାଭ ହେବ ।

 ଗୃହିଣୀ- ସୁଖୀ ହେବେ ।

ମୀନ – ଆରୋଗ୍ୟଲାଭ କରିବା ସହ ନିଜ ଲୋକଙ୍କୁ ଅତି ନିକଟରେ ପାଇ ସବୁ ଦୁଃଖ ଶୋକ ଭୁଲି ଯିବେ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

 ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

 ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

 ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

 କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

 ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

 ଗୃହିଣୀ- ଭାଗ୍ୟଶାଳୀ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.