ମେ’ ୧୮ ତାରିଖ, ବୁଧବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

Published By : Prameya-News7 Bureau | May 18, 2022 IST

ମେଷ – ବାଦ ବିବାଦରେ ଆପୋସ ସମାଧାନ ଘଟିବ ଓ ଶତ ଭିକ୍ଷା ବିଜୟୀ ହେବେ । ଅସାବଧାନତାବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ । ସାମାଜିକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଲାଭ କରି ମାନସିକ ସ୍ଥିତି ସୁସ୍ଥ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।

 ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

 ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

 କର୍ମଜୀବି- ଅର୍ଥ ମିଳିବ ।

 ବ୍ୟବସାୟୀ- ସଫଳତା ମିଳିବ ।

 ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ସ୍ୱାସ୍ଥ୍ୟ ପ୍ରତି ସଜାଗ ନ ହେଲେ ଅନୁତାପ କରିବାକୁ ପଡିବ । ଆଲୋଚନା, ସଭାସମିତି, କ୍ରୀଡା, କଳା ଓ ଚଳଚ୍ଚିତ୍ର କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ସୃଷ୍ଟି ହୋଇପାରେ ।  ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

 ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

 ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ମିଥୁନ – ବୁଧବାରର ପୂର୍ବାହ୍ନ ଶିକ୍ଷା,ପରୀକ୍ଷା, ଆଲୋଚନା, ସଭା, ସମିତି, ପ୍ରଶାସନ ଓ କର୍ମକ୍ଷେତ୍ର ପାଇଁ ପ୍ରଶସ୍ତ ରହିବ । ନିଜ ଲୋକ ଆପଣଙ୍କ ବିରୁଦ୍ଧାଚରଣ କରିପାରନ୍ତି । ବାଣିଜ୍ୟ,ବ୍ୟବସାୟ, ନିର୍ମାଣ , ଆନୁଷ୍ଠାନିକ କାମ ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

 ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

 ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

 ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ଅର୍ଥ ଲାଭ ହେବ ।

 ଗୃହିଣୀ- ସୁଖଭାରା ଦିନଟି ।

କର୍କଟ –ପ୍ରସ୍ତୁତି ପଥରେ  ଥିବା କାମଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡିବ । ବନ୍ଧୁଗହଣରେ ସତ୍ୟ କଥା ପ୍ରକାଶ କରି ମଧ୍ୟ ଅପମାନିତ ହୋଇପାରନ୍ତି। ସତ୍ ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ । ପ୍ରଶାସନ, ପ୍ରକାଶନ, ମନୋରଞ୍ଜନରୁ ସଫଳତା ହାସଲ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨।

 ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

 ବ୍ୟବସାୟୀ- ବିଜୟୀ ହେବେ ।

 କର୍ମଜୀବି- କରତ୍‌କର୍ମା ହେବେ ।

 ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

 ରୋଗୀ- ଅସାଧ୍ୟ  ରୋଗ ରୁ ମୁକ୍ତ ହେବେ ।

 ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ସିଂହ – ମନ ଯେମିତି ଚାହୁଁଛି ସେମିତି କାମ ସମ୍ପନ୍ନ ହେବାରେ ଅସୁବିଧା ହେବ ନାହିଁ । ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନରେ ବିରକ୍ତି ଭାବ ସୃଷ୍ଟି ହୋଇପାରେ । ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ ଓ ଅର୍ଥାବସ୍ଥାରେ ଉନ୍ନତି ଘଟିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।

 ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା – ଶିଳ୍ପ, ବ୍ୟବସାୟ ଓ ପରିବହନ ପାଇଁ କିଛି ଅସୁବିଧା ହେବ ନାହିଁ । ଆଜି ସାମାଜିକ ସ୍ଥିତି, ଅର୍ଥନୈତିକ ପ୍ରଗତି, ପାରିବାରିକ ପରିସ୍ଥିତି କୁ ସନ୍ତୁଳିତ କରି  ରଖିବେ । ସାମୟିକ ଯାତ୍ରା କାଳୀନ ବନ୍ଧୁଙ୍କ ସହ ମତାନ୍ତର ସୃଷ୍ଟି ହୋଇ ଅଶାନ୍ତି ଉପୁଜିପାରେ ।  ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

 ଗୃହିଣୀ- ଧାର୍ମିକ ହେବେ ।

 ବ୍ୟବସାୟୀ- ବିଜୟୀ ହେବେ ।

 କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।

 ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ତୁଳା – ଉପରିସ୍ଥ ସହାନୁଭୂତିରୁ କର୍ମକ୍ଷେତ୍ରରେ ମଧ୍ୟାହ୍ନରେ ଟେନ୍‌ସନ ଦୂର ହେବ । ଈର୍ଷା ପରାୟଣ ବନ୍ଧୁଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ। କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।

 ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା – ପ୍ରତ୍ୟେକ କଥାରେ ଭୟ ଓ ଅଶଙ୍କା କାରଣରୁ କୌଣସି କାର୍ଯ୍ୟ କରିପାରିବେ ନାହିଁ । ନିଜ ଲୋକମାନଙ୍କ ଠାରୁ ଯାହା ଓ ଯେମିତି ପରିମାଣରେ ପାଇବା କଥା ତାହା ପାଇବା କଷ୍ଟ ର ହୋଇପଡିବ । ଆଗାମୀ ମାଙ୍ଗଳିକ କାମ ସକାଶେ ବ୍ୟସ୍ତତା ବୃଦ୍ଧି ପାଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।

 ଗୃହିଣୀ- ଧାର୍ମିକ ହେବେ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 କର୍ମଜୀବି- ପ୍ରମୋସନ୍ ମିଳିବ ।

 ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ଧନୁ – ନିଜେ ରହୁଥିବା ପରିବେଶର ସ୍ଥାନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ଉପକୃତ ହେବେ । ବିଭିନ୍ନ ପ୍ରକାର ସମସ୍ୟା ସମାଧାନର ରାସ୍ତା ଖୋଜି ବାହର କରିବାରେ ସମର୍ଥ ହେବେ । ସତ୍ ସଙ୍ଗ କିମ୍ବା ନାମ ସଂକୀର୍ତ୍ତନରେ ନିଜକୁ ହଜାଇ ଦେଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।

 ଚାଷୀ- ଶ୍ରମ ସାର୍ଥକ ହେବ ।

 ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର – କୌଣସି ନୀଚ ଜାତିର ବ୍ୟକ୍ତି ସହ କଳହ ଲାଗିପାରେ । ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ, କଚେରି ମାମଲା ତଥା ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।  

 ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।

 ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

 କୁମ୍ଭ–  ଘର ସାଜସଜ୍ଜା, ମୂଲ୍ୟବାନ୍ ଜିନିଷ କିଣିବା, ନୂତନ ଗୃହ ନିର୍ମାଣ, ଯାନ ମରାମତି ପ୍ରଭୃତିରେ ସମୟ କଟିପାରେ ।ଆଜି ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି, ତାହା ସାମାନ୍ୟ ବ୍ୟତିକ୍ରମ ଭିତରେ ସଫଳ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

 ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

 ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ଅର୍ଥ ଲାଭ ହେବ ।

 ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – ଭୁଲ୍ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଜମିଜମା କାରବାର, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସମସ୍ୟା ସୃଷ୍ଟି ହୋଇପାରେ । ମନ ବୁଝିଲା ଭଳି କଥା କହି ପ୍ରତ୍ୟେକ ପରିସ୍ଥିତିକୁ ସରଳୀକୃତ କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ଞ୍ଜ ।

 ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

 ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

 ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.