Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

୨୩ ଫେବୃଆରୀ, ଶନିବାର : ଆଜିର ଦିନଟି କେମିତି କଟିବ ଜାଣନ୍ତୁ

23/02/2019 at 11:44 AM

ମେଷ – ପରର ଉପକାର କରି ନିଜେ କ୍ଷତିରେ ପଡିପାରନ୍ତି । ତଥାପି କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ମନ ପ୍ରସନ୍ନ ରହିବ । ଧର୍ମ ପରାୟଣ ହେବେ ।


ବୃଷ – କାର୍ଯ୍ୟରେ ଉନ୍ନତି ଘଟିବ । ଶତ୍ରୁକୁ ଦମନ କରି ଆଶ୍ୱସ୍ତ ହେବେ । ଭାଗ୍ୟଶାଳୀ ହେବେ । ପରଦେଶ ବାସୀ, ସହନଶୀଳ, ମିଷ୍ଟଭାଷୀ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ ।


ମିଥୁନ – ଉତ୍ତମ ହିତୈଷୀ ବନ୍ଧୁଙ୍କ ଦର୍ଶନ ମିଳିବ । ଶ୍ରୀଚନ୍ଦ୍ର ଭୋଗ ହେଉ ଥିବାରୁ ଉତ୍ତମ ଭୋଜନ ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।


କର୍କଟ- ଖାଦ୍ୟ ପେୟରେ ତୃପ୍ତିଲାଭ କରିପାରନ୍ତି । ଧନକ୍ଷୟ ହେବାର ସମ୍ଭାବନା ଅଛି । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ ।


ସିଂହ – ସାଧନାରେ ସିଦ୍ଧିପ୍ରାପ୍ତ ହେବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ସୁଶୀଳ ପତ୍ନୀର ସାହଚର୍ଯ୍ୟା ମିଳିବ ।


କନ୍ୟା – ଗୋଳମାଳ ଲାଗି ରହି ଥିବା କାର୍ଯ୍ୟର ସୁ-ସମାଧାନ କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ । କୁଳ ଉଦ୍ଧାରକ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି ।


ତୁଳା – ଦ୍ୱନ୍ଦ୍ୱରେ ପଡିଲେ ବି କାର୍ଯ୍ୟକୁ ଆଗେଇ ନେଇ ପାରନ୍ତି । ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ କରିବେ ।


ବିଛା – ଅପ୍ରିୟ ପରିସ୍ଥିତି ଉପୁଜି ପାରେ । ଶାରିରୀକ ପୀଡା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି ।


ଧନୁ – କାର୍ଯ୍ୟରେ ସଫଳ ରୂପାୟନ କରି ପ୍ରଶଂସିତ ହେବେ । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ବ୍ରତୀ ହୋଇପାରନ୍ତି ।


ମକର – ଧର୍ମ କାର୍ଯ୍ୟ ଗ୍ରହଣ କରି କୃତକାର୍ଯ୍ୟ ହୋଇପାରନ୍ତି । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁ ଯନ୍ତ୍ରଣା ଉପୁଜି ପାରେ ।


କୁମ୍ଭ – ଜନୈକା ମହିଳାଙ୍କ ଠାରୁ ପ୍ରେରଣା ମିଳିପାରେ । ନ୍ଖକ୍ସ ସମ୍ମାନକୁ ଜଗି ଚଳିବାକୁ ପଡିବ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି ।


ମୀନ – ବନ୍ଧୁ ସହ ଯୋଗ ମିଳିପାରେ । ବାଦ-ବିବାଦର ସମ୍ମ୍ୁଖୀନ ହୋଇପାରନ୍ତି । ଉଦାର ସ୍ୱଭାବର ହେବେ । ଦାନଶୀଳ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି ।

   Related Posts