Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ଫେଲ୍ ମାରିଲା ବ୍ୟାଟିଂ, ଦକ୍ଷିଣ ଆଫ୍ରିକା ନିକଟରୁ ୩୧ ରନରେ ହାରିଲା ଭାରତ
  • ||
  • ରାଜ୍ୟରେ ଏବେ ତୃତୀୟ ଲହର ଚାଲିଛି, ତଥାପି ଭୟଭୀତ ହେବାର ଆବଶ୍ୟକତା ନାହିଁ: ମୁଖ୍ୟ ସଚିବ
  • ||
  • ପୁରୀ: ପୋଲିସ କବଜାରେ ୩ ଧଳାଜହର ବେପାରୀ, ୧୭୨ ବ୍ରାଉନ ସୁଗାର ଜବତ
  • ||
  • କ୍ୟାପଟେନ୍ ପଦ ଛାଡିବା ପରେ କୋହଲିଙ୍କ ଟେଷ୍ଟ ରାଙ୍କିଙ୍ଗ୍ରେ ସୁଧାର, ଟପ୍-୧୦କୁ ଫେରିଲେ ବୁମରା
  • ||
  • କଳାହାଣ୍ଡି; ଗୋଲାମୁଣ୍ଡା ଗାଁ ପୋଖରୀରେ ବୁଡି ଜାଆଁଳା ଭାଇ ମୃତ
  • ||
  • ବିଜେପିରେ ମିଶି ପାରନ୍ତି କଂଗ୍ରେସର ପୋଷ୍ଟର ଗର୍ଲ ପ୍ରିୟଙ୍କା ମୌର୍ଯ୍ୟ, କହିଲେ- ପାର୍ଟି ମୋର ଫାଇଦା ଉଠାଇଲା
  • ||
  • ଭାରତର ଷ୍ଟାର ଟେନିସ୍ ଖେଳାଳି ସାନିଆ ମିର୍ଜାଙ୍କ ଅବସର ଘୋଷଣା, ୨୦୨୨ ହେବ ଶେଷ ସିଜିନ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୮୨ ହଜାରରୁ ଅଧିକ କରୋନା ପଜିଟିଭ୍, ୪୪୧ ମୃତ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୯୪କୁ ବୃଦ୍ଧି
  • ||
  • ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା
  • ||

୧୯ ମାର୍ଚ୍ଚ ୧୯, ମଙ୍ଗଳବାର: କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ…

19/03/2019 at 8:11 AM

ମେଶ – ଚାଲୁ ରହିଥିବା କାର୍ଯ୍ୟର ସଫଳ ରୂପାୟନ କରି ଆତ୍ମସନ୍ତୋଷ ଲାଭ କରିବେ । ଧନକ୍ଷୟ ହେବାର ସୂଚନା ମିଳୁଛି । ଚଞ୍ଚଳ ସ୍ୱଭାବର ହେବେ । ମଧୁର ଭାଷୀ ହୋଇପାରନ୍ତି ।


ବୃଷ – ପରିସ୍ଥିତି ଆୟତ୍ତାଧୀନ ହେବ । ଆୟ ଯଥେଷ୍ଟ ପରିମାଣର ହେବ । ସୁସ୍ତ ଓ ନିରାମୟ ଜୀବନ ଯାପନ କରିବେ । ଚଞ୍ଚଲ ପ୍ରକୃତିର ହୋଇପାରନ୍ତି । ଯଶସ୍ୱୀ ହେବେ ।


ମିଥୁନ – କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ମର୍ଯାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ ।


କର୍କଟ- ଗୁରୁଜନଙ୍କ କଥାରେ ପ୍ରଭାବିତ ହୋଇପାରନ୍ତି । ଉଦାର ସ୍ୱଭାବର ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ ବିଳାସରେ ଅତିବାହିତ ହେବ ।


ସିଂହ – ପରିବେଶ ଆନନ୍ଦଦାୟକ ହେବ । ସେତେଟା ସୁଖ ମିଳିବା ସମ୍ଭବପର ନୁହେଁ । ସ୍ୱାଭିମାନୀ ହେବେ । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ । ମିତ୍ର ଲାଭ କରିବେ ।


କନ୍ୟା – ମନରେ ଥିବା ଆଶଙ୍କା ଦୂରେଇ ଯିବ । ମିତ୍ର ଲାଭ ହୋଇପାରେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ ।


ତୁଳା – ବନ୍ଧୁ ମିଳନ ଘଟିପାରେ । ଅହଂକାରୀ ତଥା ପ୍ରତିଶୋଧ ପରାୟଣ ହେବେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ ।


ବିଛା – ନୂତନ ଦ୍ରବ୍ୟ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଲଟେରି ଭାଗ୍ୟଫଳ ଆପଣଙ୍କ ସପକ୍ଷରେ ଯାଇପାରେ ।


ଧନୁ – ଅତିଥି ସତ୍କାର ପାଇଁ ବ୍ୟସ୍ତ ରହିବେ । ବାଦ-ବିବାଦକୁ ଅକ୍ଳେଶରେ ତୁଟାଇ ଦେଇପାରନ୍ତି । ଉଦାର ସ୍ୱଭାବର ହେବେ । ଦାନ-ଧର୍ମ ଉପରେ ଗରୁତ୍ୱ ଦେବେ ।


ମକର – ବାଦ-ବିବାଦର ସମାଧାନ କରିବାରେ ସିଦ୍ଧହସ୍ତ ହେବେ । କାର୍ଯ୍ୟ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ ।


କୁମ୍ଭ – ନୂତନ ଜନିକ୍ରୟ କରିପାରନ୍ତି । ଆଶାବାଦୀ ହେବେ । ସୌଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱର ପରିଚୟ ଦେବେ । ପରଦେଶବାସୀ,ସହନଶୀଳ,ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ ।


ମୀନ – କାର୍ଯ୍ୟରେ ସଫଳତା ଲାଭ କରିବେ । ଶ୍ରୀଚନ୍ଦ୬ ଭୋଗ ହେଉଥିବାରୁ ପ୍ରୀତି ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଧନ ଲାଭ ହେବ ।

   Related Posts