Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

୩୦ ମାର୍ଚ୍ଚ ୨୦୧୯, ଶନିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

30/03/2019 at 8:11 AM

ମେଷ – ଉତ୍ସବାଦିରେ ଯୋଗଦାନ କରିପାରନ୍ତି । ଶତ୍ରୁ ଉପରେ କଡା ନଜର ରଖିବାକୁ ପଡିବ । ଶେଷରେ ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ ।

ବୃଷ – ବ୍ୟବସାୟରେ ଅଧିକ ଅର୍ଥଯୋଗ କରି ଲାଭବାନ୍ ହେବେ । ଶୁଭ ସମାଚାର ପାଇ ଖୁସିରେ ଆତ୍ମହରା ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।

ମିଥୁନ – ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ଅଧିକ ପରିଶ୍ରମର ସମ୍ମୁଖୀନ ହେଲେ ବି, ତା’ର ମୂଲ୍ୟ ମିଳିବ ।

କର୍କଟ – କାର୍ଯ୍ୟରେ ପ୍ରଗତି ଘଟିବ । କର୍ମକ୍ଷେତ୍ରରେ ପ୍ରାଧାନ୍ୟବିସ୍ତାର କରିପାରନ୍ତି । ଆର୍ଥିକ ସ୍ଥିତିରେ ସ୍ୱଚ୍ଚଳତା ଦେଖା ଦେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି ।

ସିଂହ – ସାମାଜିକ କାର୍ଯ୍ୟରେ ଯୋଗ ଦେଇ ଉତ୍ଫୁଲ୍ଲିତ ହୋଇପାରନ୍ତି । ଆକସ୍ମିକ ଭାବେ ସମସ୍ୟା ଉପୁଜି ପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି ।

କନ୍ୟା – ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଆୟ ଉତ୍ତମ ଧରଣର ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ ।

ତୁଳା – ନିଜେ ସମ୍ପାଦନ କରୁଥିବା କାର୍ଯ୍ୟ ଆନନ୍ଦ ଦାୟକ ହେବ । ଗତିରୋଧର ସମ୍ମୁଖୀନ ହୋଇପାରନ୍ତି । ଖର୍ଚ୍ଚାନ୍ତ ହେବା ଆଶା କରାଯାଏ । ଅଯଥା ନିତର୍କରେ ଭାଗ ନ ନେଇ ନିରବ ଦର୍ଶକ ହେବା ଭଲ ।

ବିଛା – ଯେକୌଣସି ସୂତ୍ରରୁ ଧନଲାଭ ହେବ । ସୁସମ୍ବାଦ ପାଇ ଆନନ୍ଦ ଅନୁଭବ କରିପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି ।

ଧନୁ – ଚାଲୁ ରଖିଥିବା କାର୍ଯ୍ୟରେ ସଫଳତା ମିଳିବ । ବିଭିନ୍ନ ସୂତ୍ରରୁ ଏପରିକି ସରକାରଙ୍କ ତରଫରୁ ଧନପ୍ରାପ୍ତିର ସୂଚନା ମିଳୁଛି । ସମ୍ମାନିତ ହେବା ଆଶା କରାଯାଏ ।

ମକର – କାର୍ଯ୍ୟରେ ସଫଳତା ମିଳିବ । ପରୋପକାର କରି ଆତ୍ମତୃପ୍ତି ଲାଭ କରିବେ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍-ବ୍ୟବହାର କରିପାରନ୍ତି ।

କୁମ୍ଭ  – ଆପଣ କରିଥିବା ଆବେଦନ ଗୃହୀତ ହେବ । ସାମାନ୍ୟ ଶାରିରୀକ ପୀଡା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଭାଗୁଆଳୀ ବ୍ୟବସାୟ ଲାଭଜନକ ହେବ ।

ମୀନ – ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ପ୍ରୀତି ଲାଭ କରିପାରନ୍ତି । ସୁଖକର ଘଟଣାମାନ ଘଟିବ । କର୍ମରେ ସଫଳତା ମିଳିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି ।     

   Related Posts