Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

୧୪ ସେପ୍ଟେମ୍ବର, ଶୁକ୍ରବାର

14/09/2018 at 9:45 AM

ମେଷ – ଅନ୍ୟ ମନସ୍କ ରହିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଶ୍ରଦ୍ଧାର ପାତ୍ର ହେବେ ।

ବୃଷ – କର୍ମକ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଚଞ୍ଚଳ ପ୍ରକୃତିର ହେବେ । ଲଟରୀରୁ ହଠାତ୍ କିଛି ଅର୍ଥ ମିଳିପାରେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ ।

ମିଥୁନ – ଯୋଜନା ଅନୁସାରେ କାର୍ଯ୍ୟ କରି ସଫଳତା ପାଇବେ । କର୍ମ ଚଞ୍ଚଳ ରହିବେ । ଉଦାର ସ୍ୱଭାବର ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି ।

କର୍କଟ – କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସର୍ତକତାରେ ଚଳିବାକୁ ପଡିବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ବିବାଦରେ ବିଜୟୀ ହେବେ ।

ସିଂହ – ପରର ଉପକାର କରି ନିଜେ କ୍ଷତି ସହିପାରନ୍ତି । ଭାଗ୍ୟଶାଳୀ ହେବେ । ବିଭିନ ଦିଗରୁ ଧନାଗମର ସୁଯୋଗ ସୃଷ୍ଟି ହୋଇଛି । ମିତ୍ର ସୁଖ ମିଳିବ । ମଧୁରଭାଷୀ, ସହନଶୀଳ, ଉଦାରପ୍ରେମୀ ହେବେ ।

କନ୍ୟା – କାର୍ଯ୍ୟରେ ଢେର ଅଗ୍ରଗତି ଘଟିବ । ଆୟ ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ମାଲିମୋକଦ୍ଦମାରେ ଜିଣିବେ ଓ ତତ୍ଜନିତ ଧନଲାଭ ହୋଇପାରେ ।

ତୁଳା – ଭଲ ଆୟ ହେବାର ସୂଚନା ମିଳୁଛି । ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି । ଥଣ୍ଡା କଫଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ ।

ବିଛା – ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିବେ । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ସରକାରୀ ଅର୍ଥ ପାଇବେ ।

ଧନୁ – କାର୍ଯ୍ୟରେ ଅଗ୍ରଗତି ଘଟିବ । ବ୍ୟବସାୟ ଲାଭଜନକ ହେବ । ସେବା ମନୋଭାବର ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ପାରିବାରିକ ସୁଖ ମିଳିବ ।

ମକର – ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଘାତଚନ୍ଦ୍ର ଯୋଗୁଁ ସତର୍କ ରହିବେ ।

କୁମ୍ଭ – କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ମନା । ଆପଣଙ୍କ ପରାମର୍ଶ ଉପାଦେୟ ହେବ ।

ମୀନ – ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟ ଲାଭଜନକ ହେବ । ବନ୍ଧୁ ସହାୟତା ମିଳିପାରେ । ପତ୍ନୀଙ୍କ ଇଙ୍ଗିତରେ ପରିଚାଳତତ ହୋଇପାରନ୍ତି । ମନରେ ଅହଂଭାବ ରହିବ ।

   Related Posts