Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||

ଜୁଲାଇ ୨୮ ତାରିଖ, ରବିବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

28/07/2019 at 10:10 AM

ମେଷ – ଗୁପ୍ତଧନର ସନ୍ଧାନ ମିଳି ଯିବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଯଶସ୍ୱି ହୋଇପାରନ୍ତି । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ସରକାରୀ ଅର୍ଥ ମିଳିବ ।

ବୃଷ – ଭ୍ରାତୃ ବିବାଦର ସମ୍ମୁଖୀନ ହୋଇପାରନ୍ତି । କାର୍ଯ୍ୟରେ ସଫଳତା ଲାଭ କରିବେ । କୁଳ ଉଜ୍ଜ୍ୱଳକାରୀ ହେବେ । ମନରେ ପ୍ରସନ୍ନତା ଭାବ ଦେଖା ଦେବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ ।

ମିଥୁନ – ଅତ୍ୟଧିକ ପରିଶ୍ରମ ଯୋଗୁଁ ବିଶ୍ରାମ ନେଇ ପାରନ୍ତି । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ଦିନଟି ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମ, ପ୍ରବାସପ୍ରିୟ ବିଦ୍ୱାନ୍, ସହସୀ ହେବେ ।

କର୍କଟ – ବ୍ୟବସାୟ ଜନିତ ଲାଭରେ ବାଧା ଉପୁଜି ପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନି ହେବେ ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । ଜଳଯାତ୍ରା ମନା ।

ସିଂହ – ପତ୍ନୀଙ୍କ ଯୋଗୁଁ ଧନଲାଭ କରିପାରନ୍ତି । ବିଭିନ୍ନ ସ୍ତରରୁ ସହ ଯୋଗ ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଆଶା କରାଯାଏ । ପତ୍ନିଙ୍କ ଇଙ୍ଗିତରେ ଚଳିଲେ ସୁଖୀ ହେବେ ।

କନ୍ୟା – ଗୃହରେ ବୁଝାମଣା ସୃଷ୍ଟି ହେବ । ବେଳେ ବେଳେ ନିଜକୁ ଅସହାୟ ମନେ କରିପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ବଳିଷ୍ଠ ହେବେ । ଶତ୍ରୁ ବିନାଶ କରି ଯଶ ବାନା ଉଡାଇ ପାରନ୍ତି ।

ତୁଳା – ପାଇଥିବା ଦ୍ରବ୍ୟ ପୁଣି ହଜାଇ ଦେଇପାରନ୍ତି । ସମ୍ମାନକୁ ଜଗି ଚଳିବାକୁ ପଡିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ହଠାତ୍ କିଛି ଅର୍ଥ ମିଳିପାରେ । ବ୍ୟବସାୟରେ ପ୍ରଚୁର ଧନ ଲାବ ହେବ । ଧାର୍ମିକ, ତେଜସ୍ୱି ଓ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ ।

ବିଛା – ଲୋଭଗ୍ରସ୍ତ ହେଲେ ଅସୁବିଧାରେ ପଡିବେ । ଶତ୍ରୁ ବୃଦ୍ଧି ହେବାର ସମ୍ଭାବନା ଅଛି । ଉଦାର ସ୍ୱଭାବର ହୋଇପାରନ୍ତି । ଦାନଶୀଳ ହେବେ । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ । କୃଷି ଉପରେ ଧ୍ୟାନ ଦେବେ ।

ଧନୁ – ଆଶା ଫଳବତୀ ହେବ । କାର୍ଯ୍ୟରେ ସଫଳତା ଲାଭ କରିବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ପ୍ରେମୀ ଓ ସାହସୀ ହେବେ । ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ ।

ମକର – କାର୍ଯ୍ୟ କ୍ଷେତ୍ରରେ ସ୍ୱଳ୍ପ ମାତ୍ରାରେ ସଫଳତା ମିଳିପାରେ । ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ମିତ୍ର ସୁଖ ମିଳିବ ।

କୁମ୍ଭ  – କୌଣସି ଦ୍ରବ୍ୟ ଅପହୃତ ହୋଇପାରେ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନ ମିଳିବ । ଆୟ ଆଶାନୁରୂପ ହେବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଯୁଦ୍ଧ ବା ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭ ହେବାର ସୂଚନା ମିଳୁଛି ।

ମୀନ – ପାରିବାରିକ ଅଶାନ୍ତି ଦେଖା ଦେଇପାରେ । ଆଳସ୍ୟ ପରାୟଣ ହୋଇପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ । ଚଞ୍ଚଳ ସ୍ୱଭାବର ହେବେ । ମଧୁର ବଚନ କହି ପରକୁ ଆପଣାର କରିପାରନ୍ତି । ସାହସୀ ଓ ଜ୍ଞାନୀ ହେବେ ।

   Related Posts